Posted inଜାତୀୟ

ସକ୍ରିୟ ମାମଲା ୪ ହଜାର ମୁହାଁ…

ନୂଆଦିଲ୍ଲୀ, ୧୪।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ୧୧୩ ଦିନ ପରେ ଦୈନିକ ସଂକ୍ରମଣ ସର୍ବାଧିକ ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ୪ ଶହ ଟପିଛି। ଏହା ୪୦୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୪୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହି ୪ ହଜାର ମୁହାଁ ହେବାରେ ଲାଗିଛି। ଏହା ୩ ହଜାର ୯୦୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୮୦୯ ଥିଲା। ସେହିପରି ୨୪ ଘଣ୍ଟାରେ ୩୦୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୫୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୧ ହଜାର ୩୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୬ ହଜାର ୬୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri