Posted inଜାତୀୟ

୪ ହଜାର କି.ମି. ଯାତ୍ରା କରିବ ରିଭର୍‌ କ୍ରୁଜ୍‌

ଲକ୍ଷ୍ନୌ,୧୨ା୧୧: ଭାରତରେ ଜଳପଥର ଉନ୍ନତୀକରଣ ଲାଗି କେନ୍ଦ୍ର ସରକାର ବାରଣସୀରେ ବିଶ୍ୱର ଦୀର୍ଘତମ ରିଭର୍‌ କ୍ରୁଜ୍‌ ଯାତ୍ରା ଆରମ୍ଭ କରିବା ନେଇ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ବାରାଣସୀଠାରୁ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ପାଖାପାଖି ୪୦୦୦ କି.ମି ଦୂର ଅତିକ୍ରମ କରିବ। ଜାନୁୟାରୀ ୧୦ରୁ ଏହି ୫୦ ଦିବସୀୟ କ୍ରୁଜ୍‌ଯାତ୍ରା ଆରମ୍ଭ ହେବ। କୋଲକାତା, ଢାକା ଦେଇ ଗଙ୍ଗା ବିଳାଶ କ୍ରୁଜ୍‌ ଦିବ୍ରୁଗଡ଼ ଜିଲା ବୋଗିବିଲରେ ମାର୍ଚ୍ଚ ୧ ତାରିଖରେ ପହଞ୍ଚିବ। ୫୦ ଦିନିଆ ଯାତ୍ରାରେ ୨୭ ନଦୀ ସାଙ୍ଗକୁ ବିଶ୍ୱ ଐତିହ୍ୟକୁ ମିଶାଇ ପାଖାପାଖି ୫୦ ପର୍ଯ୍ୟଟନସ୍ଥଳ ଦେଇ ଏହି କ୍ରୁଜ୍‌ ଯିବ। ଯାତ୍ରାର ୨୦ ଦିନରେ ଏହା କୋଲକାତାରେ ପହଞ୍ଚତ୍ବ। ପରଦିନ କ୍ରୁଜ୍‌ ଯାତ୍ରୀଙ୍କୁ ନେଇ ବାଲାଂଦେଶ ବାଲି ସୀମାରେ ପ୍ରବେଶ କରିବ, ଯେଉଁଠାରେ ଏହା ୧୫ଦିନ ବିତାଇବ।
ଏହା ବିଶ୍ୱର ବସୁଠାରୁ ଦୀର୍ଘତମ ଜଳଯାତ୍ରା ହୋଇଥିବାବେଳେ ଭାରତ ଓ ବାଂଲାଦେଶକୁ ସଂଯୋଗ କରୁଥିବା ଜଳପଥ ଦେଇ ଏହି କ୍ରୁଜ୍‌ ଯିବ ବୋଲି ବନ୍ଦର ଓ ଜାହାଜ ଚଳାଚଳ ମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ କହିଛନ୍ତି। ଦେଶରେ ଜଳପଥର ଉନ୍ନତୀକରଣ ଦ୍ୱାରା ବାଣିଜ୍ୟ ସାଙ୍ଗକୁ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ସମ୍ଭବ। ଇନ୍‌ଲାଣ୍ଡ ଓ୍ବାଟରଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ (ଆଇଡବ୍ଲ୍ୟୁଏଆଇ), ଅନ୍ତରା ଲଗ୍‌ଜୁରୀ ରିଭର୍‌ କ୍ରୁଜ୍‌ ଏବଂ ଜେ.ଏମ୍‌. ବକ୍ସି ରିଭର୍‌ କ୍ରୁଜ୍‌ ମିଳିତ ଭାବେ ପବ୍ଲିକ-ପ୍ରାଇଭେଟ୍‌ ପାର୍ଟନରଶିପ୍‌ (ପିପିପି) ମଡେଲ୍‌ ଦ୍ୱାରା ଏହି କ୍ରୁଜ୍‌ ବ୍ୟବସ୍ଥା କରାଯିବ। କ୍ରୁଜ୍‌ରେ ପର୍ଯ୍ୟଟକଙ୍କୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri