Posted inଜାତୀୟ

ମଧ୍ୟପ୍ରଦେଶରେ ଭାଜପା ଜିତିବାର ଅସଲ କାରଣ କହିଲେ ଶିବରାଜ

ଭୋପାଳ,୩।୧୨: ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୧୬୩ ଆସନରେ ଆଗୁଆ ରହିଛି। ଏପରିକି କଂଗ୍ରେସ ୬୪ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ମଧ୍ୟପ୍ରଦେଶରେ ଭାଜପା କେଉଁ କାରଣ ପାଇଁ ଅପତ୍ୟାଶିତ ବିଜୟ ହାସଲ କଲା ସେନେଇ ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ। ଭାଜପାର ପ୍ରଭାବଶାଳୀ ବିଜୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶ୍ରେୟ ଦେଇଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅନୁଷ୍ଠିତ ସଭା ଏବଂ ସେ ଜନସାଧାରଣଙ୍କୁ ଦେଇଥିବା ଆହ୍ବାନ ଲୋକଙ୍କ ହୃଦୟକୁ ସ୍ପର୍ଶ କରିଛି। ଏହି କାରଣରୁ ମଧ୍ୟପ୍ରଦେଶରେ ଭାଜପା ଏହି ବିଜୟ ଧାରା ଆସିଛି।

ଏପରିକି ଡବଲ ଇଞ୍ଜିନ ସରକାର ଦ୍ୱାରା କରାଯାଇଥିବା କାର୍ଯ୍ୟ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଯୋଜନା ରାଜ୍ୟରେ ଦଳକୁ ସାହାଯ୍ୟ କରିଛି। ଲାଡଲି, ଲକ୍ଷ୍ମୀ ଭଳି ଯୋଜନା ଲୋକଙ୍କ ଜୀବନଶୈଳୀରେ ଉନ୍ନତି ଆଣିବାରେ ସାହାଯ୍ୟ କରିଛି। ଏଥିସହିତ ବିଭିନ୍ନ ଜନକଲ୍ୟାଣ ଯୋଜନା ଯୋଗୁ ଭାଜପା ପ୍ରତି ରାଜ୍ୟର ଭଉଣୀମାନଙ୍କ ବହୁତ ଭଲପାଇବା ରହିଛି ବୋଲି ଶିବରାଜ କହିଛନ୍ତି। ଦଳର ପୂର୍ଣ୍ଣ ବିଶ୍ୱାସ ରହିଥିଲା ସଂଖ୍ୟାଗରିଷ୍ଠତା ମିଳିବ। ଦଳର ବିଜୟ ପାଇଁ ସୌରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଭୂପେନ୍ଦ୍ର ଯାଦବଙ୍କୁ ଶିବରାଜ ଶ୍ରେୟ ଦେଇଛନ୍ତି। ଭାଜପା କାର୍ଯ୍ୟକର୍ତ୍ତାଙ୍କ କଠିନ ପରିଶ୍ରମ ଯୋଗୁ ଏହି ବିଜୟ ସମ୍ଭବ ହୋଇପାରିଛି ବୋଲି ଶିବରାଜ କହିଛନ୍ତି।

ଭାଜପା ପ୍ରତି କୌଣସି ବିରୋଧୀ ଭାବନା କେବେ ଦେଖି ନ ଥିଲି। କିଛି କଂଗ୍ରେସ ନେତା ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରିଥିଲେ। ହେଲେ ଜନସାଧାରଣଙ୍କ ଭାଜପା ପ୍ରତି ବିଶ୍ୱାସ ରହିଛି। ସେ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ କି ନାହିଁ ବୋଲି ପ୍ରଶ୍ନର ଉତ୍ତରରେ ଦଳୀୟ ନେତୃତ୍ୱ ସ୍ଥିର କରିବେ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri