Posted inଜାତୀୟ

ଜର୍ମାନୀର ନାଗରିକ ଥାଇ ୪ ଥର ବିଧାୟକ

ହାଇଦ୍ରାବାଦ, ୧୦।୧୨: ତେଲଙ୍ଗାନାର ବରିଷ୍ଠ ଭାରତ ରାଷ୍ଟ୍ରୀୟ ସମିତି(ବିଆର୍‌ଏସ୍‌) ନେତା ଚେନ୍ନାମନେନୀ ରମେଶଙ୍କ ନାଗରିକତ୍ୱକୁ ଚ୍ୟାଲେଞ୍ଜ କରି କଂଗ୍ରେସ ନେତା ଆଦି ଶ୍ରୀନିବାସ୍‌ଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ତେଲଙ୍ଗାନା ଉଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇଥିଲା। ମାମଲାର ଶୁଣାଣି ସମୟରେ ହାଇକୋର୍ଟ କହିଛନ୍ତି, ରମେଶ ହେଉଛନ୍ତି ଜଣେ ଜର୍ମାନ ନାଗରିକ। ସେ ବେମୁଲାଓ୍ବାଡ଼ା ଆସନରୁ ନିର୍ବାଚନ ଲଢ଼ିବା ପାଇଁ ନକଲି ଦସ୍ତାବିଜର ବ୍ୟବହାର କରି ଭାରତୀୟ ନାଗରିକ ଭାବେ ନିଜକୁ ପରିଚୟ ଦେଇଥିଲେ।

ଜର୍ମାନୀର ନାଗରିକ ଆଉ ନ ଥିବା ନେଇ ରମେଶ ଜର୍ମାନ ଦୂତାବାସରୁ ଦଲିଲ ପ୍ରସ୍ତୁତ କରିବାରେ ବିଫଳ ହୋଇଛନ୍ତି ବୋଲି ହାଇକୋର୍ଟ କହିଛନ୍ତି। ତେଣୁ ଉଚ୍ଚ ଅଦାଲତ ତାଙ୍କ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ସେଥିମଧ୍ୟରୁ ୨୫ ଲକ୍ଷ ଟଙ୍କା କଂଗ୍ରେସ ନେତା ଶ୍ରୀନିବାସଙ୍କୁ ଦିଆଯିବ। ୨୦୨୩ ତେଲଙ୍ଗାନା ବିଧାନସଭା ନିର୍ବାଚନରେ ବେମୁଲାଓ୍ବାଡ଼ା ଆସନରୁ ରମେଶ କଂଗ୍ରେସ ପ୍ରାର୍ଥୀ ଶ୍ରୀନିବାସଙ୍କଠାରୁ ପରାସ୍ତ ହୋଇଥିଲେ। ସେ ବେମୁଲାଓ୍ବାଡ଼ା ଆସନରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୯ରେ ରମେଶ ତେଲୁଗୁ ଦେଶମ ପାର୍ଟି(ଟିଡିପି) ଟିକେଟରୁ ବିଧାୟକ ହୋଇଥିବାବେଳେ ୨୦୧୦, ୨୦୧୪ ଏବଂ ୨୦୧୮ରେ ସେ ତତ୍କାଳୀନ ତେଲଙ୍ଗାନା ରାଷ୍ଟ୍ରୀୟ ସମିତି(ଟିଆରଏସ୍‌)ରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରକାଶ ଯେ, ଆଇନ ଅନୁଯାୟୀ କୌଣସି ଅଣଭାରତୀୟ ନାଗରିକ ଦେଶରେ ନିର୍ବାଚନ ଲଢ଼ିପାରିବେ ନାହିଁ କିମ୍ବା ଭୋଟ ଦେଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri