Posted inଜାତୀୟ

ଜର୍ମାନୀର ନାଗରିକ ଥାଇ ୪ ଥର ବିଧାୟକ

ହାଇଦ୍ରାବାଦ, ୧୦।୧୨: ତେଲଙ୍ଗାନାର ବରିଷ୍ଠ ଭାରତ ରାଷ୍ଟ୍ରୀୟ ସମିତି(ବିଆର୍‌ଏସ୍‌) ନେତା ଚେନ୍ନାମନେନୀ ରମେଶଙ୍କ ନାଗରିକତ୍ୱକୁ ଚ୍ୟାଲେଞ୍ଜ କରି କଂଗ୍ରେସ ନେତା ଆଦି ଶ୍ରୀନିବାସ୍‌ଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ତେଲଙ୍ଗାନା ଉଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇଥିଲା। ମାମଲାର ଶୁଣାଣି ସମୟରେ ହାଇକୋର୍ଟ କହିଛନ୍ତି, ରମେଶ ହେଉଛନ୍ତି ଜଣେ ଜର୍ମାନ ନାଗରିକ। ସେ ବେମୁଲାଓ୍ବାଡ଼ା ଆସନରୁ ନିର୍ବାଚନ ଲଢ଼ିବା ପାଇଁ ନକଲି ଦସ୍ତାବିଜର ବ୍ୟବହାର କରି ଭାରତୀୟ ନାଗରିକ ଭାବେ ନିଜକୁ ପରିଚୟ ଦେଇଥିଲେ।

ଜର୍ମାନୀର ନାଗରିକ ଆଉ ନ ଥିବା ନେଇ ରମେଶ ଜର୍ମାନ ଦୂତାବାସରୁ ଦଲିଲ ପ୍ରସ୍ତୁତ କରିବାରେ ବିଫଳ ହୋଇଛନ୍ତି ବୋଲି ହାଇକୋର୍ଟ କହିଛନ୍ତି। ତେଣୁ ଉଚ୍ଚ ଅଦାଲତ ତାଙ୍କ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ସେଥିମଧ୍ୟରୁ ୨୫ ଲକ୍ଷ ଟଙ୍କା କଂଗ୍ରେସ ନେତା ଶ୍ରୀନିବାସଙ୍କୁ ଦିଆଯିବ। ୨୦୨୩ ତେଲଙ୍ଗାନା ବିଧାନସଭା ନିର୍ବାଚନରେ ବେମୁଲାଓ୍ବାଡ଼ା ଆସନରୁ ରମେଶ କଂଗ୍ରେସ ପ୍ରାର୍ଥୀ ଶ୍ରୀନିବାସଙ୍କଠାରୁ ପରାସ୍ତ ହୋଇଥିଲେ। ସେ ବେମୁଲାଓ୍ବାଡ଼ା ଆସନରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୯ରେ ରମେଶ ତେଲୁଗୁ ଦେଶମ ପାର୍ଟି(ଟିଡିପି) ଟିକେଟରୁ ବିଧାୟକ ହୋଇଥିବାବେଳେ ୨୦୧୦, ୨୦୧୪ ଏବଂ ୨୦୧୮ରେ ସେ ତତ୍କାଳୀନ ତେଲଙ୍ଗାନା ରାଷ୍ଟ୍ରୀୟ ସମିତି(ଟିଆରଏସ୍‌)ରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରକାଶ ଯେ, ଆଇନ ଅନୁଯାୟୀ କୌଣସି ଅଣଭାରତୀୟ ନାଗରିକ ଦେଶରେ ନିର୍ବାଚନ ଲଢ଼ିପାରିବେ ନାହିଁ କିମ୍ବା ଭୋଟ ଦେଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri