୧୦ରୁ ଭୁବନେଶ୍ୱର ନୂଆ ଷ୍ଟେଶନରେ ରହିବ ୪ ଯୋଡ଼ା ଟ୍ରେନ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ପକ୍ଷରୁ ଆସନ୍ତା ୧୦ ତାରିଖରୁ ଭୁବନେଶ୍ୱର ନୂତନ ଷ୍ଟେଶନରେ ପର୍ଯ୍ୟାୟକ୍ରମେ ୪ ଯୋଡ଼ା ଟ୍ରେନର ରହଣି କରିବ। ବିଶେଷ ଟ୍ରେନ ଭାବେ ଚଳାଚଳ କରୁଥିବା ପୁରୀ-କଟକ-ପୁରୀ ପାସେଞ୍ଜର ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ପାସେଞ୍ଜର (ବର୍ତ୍ତମାନ ଖୋର୍ଦ୍ଧା ରୋଡ଼ ଓ କେନ୍ଦୁଝରଗଡ଼ ମଧ୍ୟରେ ଚଳାଚଳ କରୁଛି) ଟ୍ରେନଗୁଡିକ ଆସନ୍ତା ୧୦ ତାରିଖରୁ ଅଟକିବ। ପୁରୀ-କଟକ-ପୁରୀ ମେମୁ (୬୮୪୧୬/୬୮୪୧୫) ଭୁବନେଶ୍ୱର ନୂଆ ଷ୍ଟେଶନଠାରେ ପୂର୍ବାହ୍ନ ୧୦ଟା ୦୫ରେ ପହଞ୍ଚତ୍ ପୂର୍ବାହ୍ନ ୧୦ଟା ୬ରେ କଟକ ଆଡକୁ ଯିବ। କଟକରୁ ଏହି ଟ୍ରେନ୍‌ ଯାତ୍ରା ଆରମ୍ଭ କରି ଭୁବନେଶ୍ୱର ନୂଆ ରେଳ ଷ୍ଟେଶନରେ ଅପରାହ୍ନ ୫ଟା ୨୦ମିନିଟ୍‌ରେ ପହଞ୍ଚତ୍ ୫ଟା ୨୧ରେ ପୁରୀ ଅଭିମୁଖେ ଯାତ୍ରା କରିବ। ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ (୬୮୪୨୬/୬୮୪୨୫) ଭୁବନେଶ୍ୱର ନୂଆ ଷ୍ଟେଶନରେ ଅପରାହ୍ନ ୪ଟା ୫୪ରେ ପହଞ୍ଚତ୍ ୪ଟା ୫୫ରେ କେନ୍ଦୁଝରଗଡ଼ ଅଭିମୁଖେ ଯାତ୍ରା କରିବ। କେନ୍ଦୁଝରଗଡ଼ରୁ ଏହି ଟ୍ରେନ ବାହାରି ଭୁବନେଶ୍ୱର ନୂଆ ଷ୍ଟେଶନଠାରେ ପୂର୍ବାହ୍ନ ୧୦ଟା ୧୪ରେ ପହଞ୍ଚତ୍ ପୂର୍ବାହ୍ନ ୧୦ଟା ୧୫ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ।
ଅପରପକ୍ଷେ ପଲାସା-କଟକ-ପଲାସା ପାସେଞ୍ଜର ଏବଂ ଖଡ଼ଗ୍‌ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍‌ପୁର ଫାଷ୍ଟ ପାସେଞ୍ଜର ଟ୍ରେନକୁ ଭୁବନେଶ୍ୱର ନୂତନ ଷ୍ଟେଶନରେ ରହଣି ପାଇଁ ସ୍ଥିର କରାଯାଇଛି। ପଲାସା-କଟକ-ପଲାସା ପାସେଞ୍ଜର (୫୮୫୩୪/୫୮୫୩୩) ଭୁବନେଶ୍ୱର ନୂଆ ଷ୍ଟେଶନରେ ସକାଳ ୯ଟା ୫୪ରେ ପହଞ୍ଚତ୍ ୯ଟା ୫୫ରେ କଟକ ଆଡକୁ ଯିବ। କଟକରୁ ଏହି ଟ୍ରେନ ବାହାରି ଭୁବନେଶ୍ୱର ନୂଆ ଷ୍ଟେଶନଠାରେ ଅପରାହ୍ନ ୪ଟା ୩୮ରେ ପହଞ୍ଚତ୍ ୪ଟା ୩୯ରେ ପଲାସା ଅଭିମୁଖେ ଯାତ୍ରା କରିବ। ସେହିପରି ଖଡ଼ଗ୍‌ପୁର ଠାରୁ ୫୮୦୦୫/୫୮୦୦୬ ଖଡ଼ଗପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍‌ପୁର ଫାଷ୍ଟ ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେଶନ ଠାରେ ପୂର୍ବାହ୍ନ ୧୦ଟା ୫୪ରେ ପହଞ୍ଚତ୍ ୧୦ଟା ୫୫ରେ ଖୋର୍ଦ୍ଧା ରୋଡ଼ ଅଭିମୁଖେ ଯାତ୍ରା କରିବ। ଖୋର୍ଦ୍ଧା ରୋଡ଼ରୁ ଏହି ଟ୍ରେନ ଭୁବନେଶ୍ୱର ନୂଆ ଷ୍ଟେଶନଠାରେ ଅପରାହ୍ନ ୫ଟା ୨୯ରେ ପହଞ୍ଚତ୍ ଖଡ଼ଗ୍‌ପୁର ଅଭିମୁଖେ ଯାତ୍ରା କରିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri