Posted inଜାତୀୟ

୪ ଟ୍ରିଲିୟନ୍‌ ଡଲାର ଅର୍ଥନୀତି: ଜାଲ୍‌ ରିପୋର୍ଟ ଭାଇରାଲ

ନୂଆଦିଲ୍ଲୀ,୨୦ା୧୧: ୨୦୨୭ ସୁଦ୍ଧା ଭାରତର ଅର୍ଥନୀତିକୁ ୫ ଟ୍ରିଲିୟନ୍‌ ଆମେରିକୀୟ ଡଲାରରେ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଷ୍ୟ ରଖିଥିବାବେଳେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ୪ ଟ୍ରିଲିୟନ୍‌ ଡଲାର ଅତିକ୍ରମ କରିଥିବା ନେଇ କେତେକ ତଥ୍ୟ ଆଧାରରେ ପ୍ରସ୍ତୁତ ରିପୋର୍ଟ ରବିବାର ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏହା ସତ ହୋଇଥିଲେ ଭାରତର ବିକାଶ ଯାତ୍ରା ଉଚିତ ମାର୍ଗରେ ରହିଛି ବୋଲି କୁହାଯାଇପାରିବ। ଭାଜପା ଏହା ଉପରେ ଏକ ସ୍କିନ୍‌ଶଟ୍‌ ଶେୟାର କରିଥିବାବେଳେ ସରକାରଙ୍କ ପକ୍ଷରୁ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ।
ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଦ୍ୱାରା ସଂଗୃହୀତ ତଥ୍ୟକୁ ଭିତ୍ତିକରି ବିଶ୍ୱର ଅର୍ଥବ୍ୟସ୍ଥାଗୁଡ଼ିକର ଲାଇଭ୍‌ ଜିଡିପି ଟ୍ରାକର୍‌ କୁହାଯାଉଥିବା ଉକ୍ତ ସ୍କ୍ରିନଶଟ୍‌କୁ ଅନେକ ଭାଜପା ନେତା ଶେୟାର କରିଛନ୍ତି। ଶିଳ୍ପପତି ଗୌତମ ଆଦାନୀଙ୍କଠାରୁ ନେଇ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ୨ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏବଂ ଜି. କିଷନ ରେଡ୍ଡୀଙ୍କ ପର୍ଯ୍ୟନ୍ତ ଏହାକୁ ଏକ୍ସ’ରେ ପୋଷ୍ଟ କରିଛନ୍ତି। ସେମାନେ ଭାରତର ବୈଶ୍ୱିକ ଉପସ୍ଥିତି ଓ ସଫଳତା ଲାଗି ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଆଦାନୀ ନିଜ ପୋଷ୍ଟରେ ଲେଖିଛନ୍ତି, ଭାରତକୁ ଅଭିନନ୍ଦନ। ବୈଶ୍ୱିକ ଜିଡିପିରେ ଜାପାନ ୪.୪. ଟ୍ରିଲିୟନ୍‌, ଓ ଜର୍ମାନୀ ୪.୩ ଟ୍ରିଲିୟନ୍‌ ଡଲାର ଥିବାବେଳେ ଦୁଇଦେଶକୁ ଟପି ଭାରତ ତୃତୀୟ ବୃହତ୍‌ ଅର୍ଥନୀତିରେ ପରିଣତ ହେବା ପାଇଁ ଆଉ ୨ ବର୍ଷ ରହିଲା। ତେବେ ଏହା ଉପରେ ଆଇଏମ୍‌ଏଫ୍‌ କିମ୍ବା ସରକାରଙ୍କ କୌଣସି ପ୍ରତିକ୍ରିୟା ଆସିନାହିଁ। ଅର୍ଥ ମନ୍ତ୍ରଣାଳୟ କିମ୍ବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ମଧ୍ୟ ଭାଇରାଲ ପୋଷ୍ଟ୍‌କୁ ନେଇ କିଛି କହିନାହିଁ। ଏହା ଏକ ଫେକ୍‌ ପୋଷ୍ଟ ବୋଲି ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri