ବିଏମ୍‌ସିରେ ମିଶିବ ସହରତଳି ୪ ଗାଁ

ବ୍ରହ୍ମପୁର ଅଫିସ,୨୯।୧୦: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ରେ ସହର ଉପକଣ୍ଠସ୍ଥ ୪ଟି ଗ୍ରାମ ମିଶ୍ରଣ ନେଇ ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ନଂ. ୧୭୯୭୪ରେ ସୂଚନା ଦିଆଯାଇଛି। ଫଳରେ ବିଏମସିରେ ସହର ଉପକଣ୍ଠସ୍ଥ ଗ୍ରାମଗୁଡିକ ମିଶ୍ରଣ ନେଇ ବାଟ ଫିଟିଛି। ନଗର ଉନ୍ନୟନ ବିଭାଗର ଏଭଳି ପଦକ୍ଷେପକୁ ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ସ୍ବାଗତ ଜଣାଇଛି। ଲୋଚାପଡା ପଞ୍ଚାୟତର ଲୋଚାପଡା ଗ୍ରାମ, ବଡକୁଶସ୍ଥଳୀ ପଞ୍ଚାୟତର ସାନକୁଶସ୍ଥଳୀ ଗ୍ରାମ, ଗଉଞ୍ଜୁ ପଞ୍ଚାୟତର ବ୍ରହ୍ମାପଲୀ ଗ୍ରାମ ଓ ଗୋଳାବନ୍ଧ ପଞ୍ଚାୟତର ଗୋଳାବନ୍ଧ ଗ୍ରାମ ବିଏମ୍‌ସିରେ ମିଶ୍ରଣ ନେଇ ଚିଠିରେ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ, ବିଏମସି ପାର୍ଶ୍ୱବର୍ତ୍ତୀ ୧୮ଟି ପଞ୍ଚାୟତକୁ ବିଏମସିରେ ସାମିଲ କରିବା ନେଇ ୨୦୦୮ରେ ଗେଜେଟ ନୋଟିଫିକେସନ ପ୍ରକାଶ ପାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହା କାର୍ଯ୍ୟକାରୀ ହୋଇପାରି ନ ଥିଲା। ଫଳରେ ସହର ତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୨୦୨୧ ଡିସେମ୍ବର ୧୨ ତାରିଖରେ ଉଚ୍ଚ ନ୍ୟାୟଳୟରେ ରିଟ ପିଟିସନ ଦାଖଲ କରାଯାଇଥିଲା। ଏହାକୁ ନେଇ ଗତ ଜାନୟାରୀ ୧୧ରେ ହାଇକୋର୍ଟ ରାୟ ପ୍ରକାଶ କରି ଗୃହ ଓ ନଗର ଉନ୍ନୟନ ବିଭାଗର ପାୈର ପ୍ରଶାସନ ନିର୍ଦ୍ଦେଶକଙ୍କୁ ଉପରୋକ୍ତ ୪ଟି ଗ୍ରାମ ମିଶ୍ରଣ ୩ ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ରାଜ୍ୟ ସରକାର ଏହାକୁ ପାଳନ କରି ନ ଥିବା ବେଳେ ଅଗଷ୍ଟ ୨୪ରେ ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଅଦାଲତ ଅବମାନନା ନେଇ ଆଉ ଏକ ପିଟିସନ ଦାଖଲ କରାଯାଇଥିଲା। ଉଚ୍ଚ ନ୍ୟାୟଳୟ ସେପ୍ଟମ୍ବର ୨୬ରେ ଉକ୍ତ ମାମଲାର ରାୟ ପ୍ରକାଶ କରି ଏକ ମାସ ମଧ୍ୟରେ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ରାଜ୍ୟ ସରକାର ନିର୍ଦ୍ଦେଶକୁ ପାଳନ କରିଥିବା ସହର ତଳି ମିଳିତ କ୍ରିୟାନୁଷ୍ଠାନ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ କହିଛନ୍ତି। ତେବେ ମିଶ୍ରଣ ପରେ ଉକ୍ତ ଗ୍ରାମ ଗୁଡିକର ଉନ୍ନୟନ କ୍ଷେତ୍ରରେ ମଧ୍ୟ ପଦକ୍ଷେପ ଗ୍ରହଣ କରିବା ଜରୁରୀ ବୋଲି ସହର ତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri