ବିଏମ୍‌ସିରେ ମିଶିବ ସହରତଳି ୪ ଗାଁ

ବ୍ରହ୍ମପୁର ଅଫିସ,୨୯।୧୦: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ରେ ସହର ଉପକଣ୍ଠସ୍ଥ ୪ଟି ଗ୍ରାମ ମିଶ୍ରଣ ନେଇ ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ନଂ. ୧୭୯୭୪ରେ ସୂଚନା ଦିଆଯାଇଛି। ଫଳରେ ବିଏମସିରେ ସହର ଉପକଣ୍ଠସ୍ଥ ଗ୍ରାମଗୁଡିକ ମିଶ୍ରଣ ନେଇ ବାଟ ଫିଟିଛି। ନଗର ଉନ୍ନୟନ ବିଭାଗର ଏଭଳି ପଦକ୍ଷେପକୁ ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ସ୍ବାଗତ ଜଣାଇଛି। ଲୋଚାପଡା ପଞ୍ଚାୟତର ଲୋଚାପଡା ଗ୍ରାମ, ବଡକୁଶସ୍ଥଳୀ ପଞ୍ଚାୟତର ସାନକୁଶସ୍ଥଳୀ ଗ୍ରାମ, ଗଉଞ୍ଜୁ ପଞ୍ଚାୟତର ବ୍ରହ୍ମାପଲୀ ଗ୍ରାମ ଓ ଗୋଳାବନ୍ଧ ପଞ୍ଚାୟତର ଗୋଳାବନ୍ଧ ଗ୍ରାମ ବିଏମ୍‌ସିରେ ମିଶ୍ରଣ ନେଇ ଚିଠିରେ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ, ବିଏମସି ପାର୍ଶ୍ୱବର୍ତ୍ତୀ ୧୮ଟି ପଞ୍ଚାୟତକୁ ବିଏମସିରେ ସାମିଲ କରିବା ନେଇ ୨୦୦୮ରେ ଗେଜେଟ ନୋଟିଫିକେସନ ପ୍ରକାଶ ପାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହା କାର୍ଯ୍ୟକାରୀ ହୋଇପାରି ନ ଥିଲା। ଫଳରେ ସହର ତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୨୦୨୧ ଡିସେମ୍ବର ୧୨ ତାରିଖରେ ଉଚ୍ଚ ନ୍ୟାୟଳୟରେ ରିଟ ପିଟିସନ ଦାଖଲ କରାଯାଇଥିଲା। ଏହାକୁ ନେଇ ଗତ ଜାନୟାରୀ ୧୧ରେ ହାଇକୋର୍ଟ ରାୟ ପ୍ରକାଶ କରି ଗୃହ ଓ ନଗର ଉନ୍ନୟନ ବିଭାଗର ପାୈର ପ୍ରଶାସନ ନିର୍ଦ୍ଦେଶକଙ୍କୁ ଉପରୋକ୍ତ ୪ଟି ଗ୍ରାମ ମିଶ୍ରଣ ୩ ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ରାଜ୍ୟ ସରକାର ଏହାକୁ ପାଳନ କରି ନ ଥିବା ବେଳେ ଅଗଷ୍ଟ ୨୪ରେ ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଅଦାଲତ ଅବମାନନା ନେଇ ଆଉ ଏକ ପିଟିସନ ଦାଖଲ କରାଯାଇଥିଲା। ଉଚ୍ଚ ନ୍ୟାୟଳୟ ସେପ୍ଟମ୍ବର ୨୬ରେ ଉକ୍ତ ମାମଲାର ରାୟ ପ୍ରକାଶ କରି ଏକ ମାସ ମଧ୍ୟରେ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ରାଜ୍ୟ ସରକାର ନିର୍ଦ୍ଦେଶକୁ ପାଳନ କରିଥିବା ସହର ତଳି ମିଳିତ କ୍ରିୟାନୁଷ୍ଠାନ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ କହିଛନ୍ତି। ତେବେ ମିଶ୍ରଣ ପରେ ଉକ୍ତ ଗ୍ରାମ ଗୁଡିକର ଉନ୍ନୟନ କ୍ଷେତ୍ରରେ ମଧ୍ୟ ପଦକ୍ଷେପ ଗ୍ରହଣ କରିବା ଜରୁରୀ ବୋଲି ସହର ତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri