Posted inଜାତୀୟ

ପିଏମ୍‌ଏଓ୍ବାଇ ଟଙ୍କା ନେଇ ପ୍ରେମିକ ସହ ୪ ମହିଳା ଫେରାର

ଲକ୍ଷ୍ନୌ, ୯।୨: ଉତ୍ତର ପ୍ରଦେଶରେ ୪ ବିବାହିତା ମହିଳା ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ଟଙ୍କା ନେଇ ନିଜ ନିଜ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଘଟଣାରେ ସମ୍ପୃକ୍ତ ମହିଳାମାନେ ଉତ୍ତରପ୍ରଦେଶର ବେଲହରା, ବାଙ୍କି, ଜେଦପୁର ଏବଂ ସିଦ୍ଧଉର ଜିଲାର ବୋଲି ଜଣାପଡ଼ିଛି। ପିଏମ୍‌ଏଓ୍ବାଇର ପ୍ରଥମ ପାଳି ୫୦,୦୦୦ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଥିଲେ ସୁଦ୍ଧା ଘର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ନ ଥିବାରୁ ସମ୍ପୃକ୍ତ ମହିଳାଙ୍କ ସ୍ବାମୀମାନେ ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି।

କାରଣ ଜିଲା ସହରାଞ୍ଚଳ ଉନ୍ନୟନ ଏଜେନ୍ସି (ଡିୟୁଡିଏ) ଅଫିସର ସୌରଭ ତ୍ରିପାଠୀ ନୋଟିସ୍‌ ଜାରି କରି ଘର ନିର୍ମାଣ କାର୍ଯ୍ୟ ଖୁବ୍‌ ଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନୋଟିସ୍‌ ପାଇବା ପରେ ସମ୍ପୃକ୍ତ ମହିଳାଙ୍କ ସ୍ବାମୀମାନେ ଅଫିସରଙ୍କ ନିକଟରେ ପହଞ୍ଚି ସେମାନଙ୍କୁ ସବୁ କଥା ଜଣାଇଥିଲେ। ଏଥିସହ ଯୋଜନା ନେଇ ପଠାଯିବାକୁ ଥିବା ଦ୍ୱିତୀୟ ପାଳି କିସ୍ତି ଉକ୍ତ ବ୍ୟାଙ୍କ ଆକାଉଣ୍ଟକୁ ନ ପଠାଇବା ଲାଗି ସେମାନେ ଅଫିସରଙ୍କୁ ସତର୍କ କରିଥିଲେ। ଉକ୍ତ ମହିଳାମାନଙ୍କଠାରୁ ଟଙ୍କା କିପରି ଭାବେ ଫେରସ୍ତ ମିଳିବ ସେ ନେଇ ସରକାରୀ ସ୍ତରରେ କାର୍ଯ୍ୟ ଚାଲିଥିବା ଡିୟୁଡିଏ ଅଫିସର କହିଛନ୍ତି। ଆର୍ଥିକ ସ୍ତରରେ ପଛୁଆ ଏବଂ ନିମ୍ନ ମଧ୍ୟବିତ୍ତ ପରିବାରକୁ ଉତ୍ତମ ବାସଗୃହ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆରମ୍ଭ କରାଯାଇଛି। ଯୋଜନା ଅନ୍ତର୍ଗତ ପରିବାରର ମହିଳାଙ୍କ ଖାତାଙ୍କୁ ହିଁ ଏହି ଟଙ୍କା ପଠାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?