ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ

ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ ମଧ୍ୟ ଫେରିଛନ୍ତି। ବିମାନବନ୍ଦରରେ ୪ ଶ୍ରମିକ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି। ୪ଜଣ ଶ୍ରମିକ ଭୁବନେଶ୍ୱର ଫେରିଥିବା ବେଳେ ଅନ୍ୟ ଜଣେ ଶ୍ରମିକ ତପନ ମଣ୍ଡଳ ପରେ ନିଜ ଭାଇଙ୍କ ସହ ପରେ ଫେରିବେ ବୋଲି ସୂଚନା ରହିଛି। ଶ୍ରମିକମାନେ ବିମାନବନ୍ଦରରୁ ସର୍କିଟ ହାଉସ ଯାଇଥିବା ଜଣାପଡିଛି। ଏପରିକି ଶ୍ରମିକମାନେ ନବୀନନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ପରେ ସେମାନେ ଘରକୁ ଯିବେ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି।

ଦୀର୍ଘ ୧୭ ଦିନ ପରେ ଟନେଲରୁ ୪୧ଜଣ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା। ଏଥିରେ ୫ଜଣ ଓଡ଼ିଆ ଶ୍ରମିକ ମଧ୍ୟ ରହିଥିଲେ। ଶ୍ରମିକମାନେ ହେଲେ ଭଦ୍ରକ ଜିଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା, ମୟୁରଭଞ୍ଜର ବିଶେଶ୍ବର ନାୟକ, ଧୀରେନ ନାୟକ ଏବଂ ରାଜୁ ନାୟକ।

ସୂଚନାଯୋଗ୍ୟ, ଶ୍ରମିକଙ୍କ ପରିବାର ଲୋକେ ୫-ଟି ଅଧ୍ୟକ୍ଷଙ୍କୁ ଭେଟି ତୁରନ୍ତ ଫଶି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ କହିଥିଲେ। ୫-ଟି ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ଧାର ପାଇ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଜଣାଇଥିଲେ। ଏପରିକି ଖୁବ ଶୀଘ୍ର ତାଙ୍କୁ ଉଦ୍ଧାର କରିବାକୁ ପ୍ରତିଶ୍ରୁତି ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri