ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା ଦେବା ଫଳରେ ବାଇକରେ ବସିଥିବା ଜଣେ ବାଳକଙ୍କ ମୃତ୍ୟୁ ହୋଇଛି। ମୃତ ବାଳକ ହେଉଛନ୍ତି ବିଲାଇସାଥି ଗାଁର ଜିତ ବରିହା (୪)। ସେହିଭଳି ବାପା ଭୀମ ବରିହା, ମାଁ ଚନ୍ଦ୍ରିକା ବାରିହା ଓ ଗାଡି ଚାଳକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ତିନି ଜଣଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ମୃତାହତମାନେ ଏକ ବାଇକରେ ସକ୍ରିପାଣି ଗାଁକୁ ଏକ ବାହାଘରରେ ଯୋଗ ଦେବାକୁ ଯାଉଥିଲେ । ମୃତ ଜିତ ବାଇକ ଆଗରେ ବସିଥିବାବେଳେ ଭିଣୋଇ ଗାଡ଼ି ଚଳାଉଥିଲେ। ବାପାମା’ ପଛରେ ବସିଥିଲେ। ଭାରସାମ୍ୟ ହରାଇ ବାଇକ୍‌ଟି ସାମ୍ନାରେ ଯାଉଥିବା ଏକ ହାଇୱାକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ବାଳକଙ୍କ ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ଲୋକେ ଅନ୍ୟମାନଙ୍କୁ ଉଦ୍ଧାର କରି ପ୍ରଥମେ ଘସିଆନ ଓ ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଖବର ପାଇ ଘଟଣାସ୍ଥଳରେ ଲରମ୍ଭା ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri