୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ତାଙ୍କୁ ବଳାତ୍କାର ପରେ ଜଘନ୍ୟ ଭାବେ ହତ୍ୟା କରାଯାଇଥିବା ଗ୍ରାମବାସୀ ପୋଲିସକୁ କହିଛନ୍ତି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମର ଅଶୋକ ସ୍ବାଇଁଙ୍କ ଶିଶୁକନ୍ୟା। ଅଶୋକ ଖଲିଙ୍ଗି ଗ୍ରାମ ଚନ୍ଦନନଗରର ରାଧା ନାହାକଙ୍କ ଝିଅକୁ ବିବାହ କରିଛନ୍ତି। ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା ଦେଖିବାକୁ ଶିଶୁକନ୍ୟା ଜଣକ ମା’ ସହ ଅଜା ଘର ଗାଁକୁ ଆସିଥିଲେ। ଶୁକ୍ରବାର ଥିଲା ଯାତ୍ରାର ଉଦ୍‌ଯାପନ ଦିବସ। ଖୁସି ମନରେ ଯାତ୍ରା କମିଟି କର୍ମକର୍ତ୍ତା ସଦସ୍ୟ ବୃନ୍ଦ ଗ୍ରାମବାସୀଙ୍କ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ତଦାରଖ କରୁଥିବା ବେଳେ ସନ୍ଧ୍ୟାରେ ଶିଶୁକନ୍ୟା ଜଣକ ଘର ନିକଟରେ ସାଙ୍ଗସାଥୀଙ୍କ ସହ ଖେଳୁଥିବା ବେଳେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ଏନେଇ ଯାତ୍ରା କମିଟି ପକ୍ଷରୁ ମାଇକ ଯୋଗେ ସୂଚନା ଦିଆଯାଇଥିଲା।ପରେ ପାଟପୁର ଥାନାକୁ ନିଖୋଜ ସମ୍ପର୍କରେ ଖବର ଦିଆଯିବା ପରେ ପାଟପୁର ପୋଲିସ ଟିମ୍‌ ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିଲେ। ପରିବାର ଲୋକେ ରାତି ସାରା ଉଜାଗର ରହି ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଗ୍ରାମର କିଛି ବ୍ୟକ୍ତି ଶନିବାର ସକାଳେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟ ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟରୁ ଶିଶୁକନ୍ୟାଙ୍କ ମୃତଦେହ ଦେଖିଥିଲେ। ଏନେଇ ପାଟପୁର ଥାନା କୁ ଖବର ଦିଆଯାଇଥିଲା। ଆଇଆଇସି ଦୀପ୍ତିରଞ୍ଜନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ଆସିକା ଏସଡିପିଓ ସନ୍ତୋଷ କୁନାର ଜେନା ଛତ୍ରପୁରରୁ ଆସିଥିବା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାର୍ଡ ଦାରା ତଦନ୍ତ ପରେ ଶିଶୁକନ୍ୟାଙ୍କୁ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଅମାନବୀୟ ଛାତିଥରା ଲୋମହର୍ଶକ ବର୍ବୋରଚିତ ହତ୍ୟା ଘଟଣାର ପର୍ଦ୍ଦାଫାଶ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ପୋଲିସ ଘଟଣାସ୍ଥଳରୁ କିଛି ସାମଗ୍ରୀ ଜବତ କରିଛନ୍ତି। ଖବରପାଇ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଗ୍ରାମରେ ପହଞ୍ଚି ଗ୍ରାମବାସୀ ଏବଂ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ଆଲୋଚନା କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ସମ୍ବିଧାନ ସୁରକ୍ଷିତ ରହିଲେ, ସୁରକ୍ଷିତ ରହିବ ଗଣତନ୍ତ୍ର

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରା ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବିଧାନର ମୁଖବନ୍ଧରୁ ଧର୍ମ ନିରପେକ୍ଷତା ଓ ସମାଜବାଦ ଶବ୍ଦର ଉଚ୍ଛେଦ...

ରାଜ୍ୟ ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri