୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ତାଙ୍କୁ ବଳାତ୍କାର ପରେ ଜଘନ୍ୟ ଭାବେ ହତ୍ୟା କରାଯାଇଥିବା ଗ୍ରାମବାସୀ ପୋଲିସକୁ କହିଛନ୍ତି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମର ଅଶୋକ ସ୍ବାଇଁଙ୍କ ଶିଶୁକନ୍ୟା। ଅଶୋକ ଖଲିଙ୍ଗି ଗ୍ରାମ ଚନ୍ଦନନଗରର ରାଧା ନାହାକଙ୍କ ଝିଅକୁ ବିବାହ କରିଛନ୍ତି। ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା ଦେଖିବାକୁ ଶିଶୁକନ୍ୟା ଜଣକ ମା’ ସହ ଅଜା ଘର ଗାଁକୁ ଆସିଥିଲେ। ଶୁକ୍ରବାର ଥିଲା ଯାତ୍ରାର ଉଦ୍‌ଯାପନ ଦିବସ। ଖୁସି ମନରେ ଯାତ୍ରା କମିଟି କର୍ମକର୍ତ୍ତା ସଦସ୍ୟ ବୃନ୍ଦ ଗ୍ରାମବାସୀଙ୍କ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ତଦାରଖ କରୁଥିବା ବେଳେ ସନ୍ଧ୍ୟାରେ ଶିଶୁକନ୍ୟା ଜଣକ ଘର ନିକଟରେ ସାଙ୍ଗସାଥୀଙ୍କ ସହ ଖେଳୁଥିବା ବେଳେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ଏନେଇ ଯାତ୍ରା କମିଟି ପକ୍ଷରୁ ମାଇକ ଯୋଗେ ସୂଚନା ଦିଆଯାଇଥିଲା।ପରେ ପାଟପୁର ଥାନାକୁ ନିଖୋଜ ସମ୍ପର୍କରେ ଖବର ଦିଆଯିବା ପରେ ପାଟପୁର ପୋଲିସ ଟିମ୍‌ ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିଲେ। ପରିବାର ଲୋକେ ରାତି ସାରା ଉଜାଗର ରହି ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଗ୍ରାମର କିଛି ବ୍ୟକ୍ତି ଶନିବାର ସକାଳେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟ ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟରୁ ଶିଶୁକନ୍ୟାଙ୍କ ମୃତଦେହ ଦେଖିଥିଲେ। ଏନେଇ ପାଟପୁର ଥାନା କୁ ଖବର ଦିଆଯାଇଥିଲା। ଆଇଆଇସି ଦୀପ୍ତିରଞ୍ଜନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ଆସିକା ଏସଡିପିଓ ସନ୍ତୋଷ କୁନାର ଜେନା ଛତ୍ରପୁରରୁ ଆସିଥିବା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାର୍ଡ ଦାରା ତଦନ୍ତ ପରେ ଶିଶୁକନ୍ୟାଙ୍କୁ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଅମାନବୀୟ ଛାତିଥରା ଲୋମହର୍ଶକ ବର୍ବୋରଚିତ ହତ୍ୟା ଘଟଣାର ପର୍ଦ୍ଦାଫାଶ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ପୋଲିସ ଘଟଣାସ୍ଥଳରୁ କିଛି ସାମଗ୍ରୀ ଜବତ କରିଛନ୍ତି। ଖବରପାଇ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଗ୍ରାମରେ ପହଞ୍ଚି ଗ୍ରାମବାସୀ ଏବଂ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ଆଲୋଚନା କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri