ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ହତ୍ୟାକାଣ୍ଡର ଶୁଣାଣି କରି ଅଭିଯୁକ୍ତ ସଞ୍ଜୀବ କେରକେଟା(୪୦)ଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୧ ଅକ୍ଟୋବର ୨୦୧୬, ରାତିରେ ନାବାଳିକା ଜଣକ ଘରେ ନିଜ ମା’ ପାଖରେ ଶୋଇଥିଲେ। ସେତିକିବେଳେ ଅଭିଯୁକ୍ତ ସଞ୍ଜୀବ କୌଶଳ କ୍ରମେ ତାଙ୍କୁ ଅପହରଣ କରି ନେଇ ଏକ ନିର୍ମାଣାଧୀନ କୋଠା ଭିତରେ ବଳାତ୍କାର କରିବା ପରେ ହତ୍ୟା କରି ଫେରାର ହୋଇଯାଇଥିଲେ। ତା’ ପରଦିନ ସକାଳେ ନାବାଳିକାଙ୍କ ମା’ ଝିଅଙ୍କୁ ନ ପାଇ କେହି ଜଣେ ଘରେ ପଶି ଝିଅଙ୍କୁ ଅପହରଣ କରି ନେଇଥିବା ଥାନାରେ ଅଭିଯୋଗ କରିଥିଲେ।

ପ୍ରଥମେ ଟାଉନ ଥାନା ପୋଲିସ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାର ୩ଦିନ ପରେ ନିଖୋଜ ଶିଶୁକନ୍ୟାଙ୍କ ଗଳିତ ମୃତଦେହ ନିର୍ମାଣାଧୀନ କୋଠାରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଦତନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତ ସଞ୍ଜୀବଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ପୋଲିସ ଜେରା ପରେ ଅଭିଯୁକ୍ତ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ପରେ ହତ୍ୟା କରିଥିବା ନେଇ ସ୍ବୀକାର କରିଥିଲେ।

ଏନେଇ ପୋଲିସ ଏକ ବଳାତ୍କାର, ହତ୍ୟା ମାମଲା(ନଂ.୨୮୪/୨୦୧୬) ରୁଜୁ କରି ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରି କୋର୍ଟ ଚାଲାଣ କରିଥିଲା। ପୋକ୍ସୋ କୋର୍ଟ ଜଜ୍‌ ବ୍ୟବଚ୍ଛେଦ ରିପୋର୍ଟ ଏବଂ ୩୫ଜଣ ସାକ୍ଷ୍ୟଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଫାଶିଦଣ୍ଡା ଦେଶ ଶୁଣାଇଛନ୍ତି। ଏଥିସହିତ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ପିଡୀତା ଶିଶୁକନ୍ୟାଙ୍କ ପରିବାର ଲୋକଙ୍କୁ ୧୦ଲକ୍ଷ ଟଙ୍କା ଅନୁକମ୍ପା ମୂଳଳ ସହାୟତା ରାଶି ପ୍ରଦାନ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମାମଲାକୁ ସରକାରଙ୍କ ପକ୍ଷରୁ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ପବି୍ଲକ ପ୍ରସିକ୍ୟୁଟର ଦେବାଶିଷ ମିଶ୍ର ପରିଚାଳନା କରୁଥିଲେ। ମାମଲାରେ ଜିଲା ଓକିଲ ସଙ୍ଘର ନିଷ୍ପତ୍ତି କ୍ରମେ ଅଭିଯୁକ୍ତଙ୍କ ସପକ୍ଷରେ କୌଣସି ଓକିଲ ଲଢି ନ ଥିଲେ। ଅଭିଯୁକ୍ତଙ୍କ ବିରୋଧରେ ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଏହି କଠୋର ଦଣ୍ଡାଦେଶ ସମାଜରେ ଘଟୁଥିବା ଏଭଳି ଅମାନବୀୟ ଘଟଣା ପାଇଁ ଏକ ଦୃଷ୍ଟାନ୍ତ ମୂଳକ ରାୟ ବୋଲି ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ମିଶ୍ର ପ୍ରକାଶ କରିବା ସହ ପୀଡିତାଙ୍କ ପରିବାର ଲୋକଙ୍କୁ ନ୍ୟାୟ ମିଳିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri