୪ ବର୍ଷ ବିତିଲା, ଫଳକରେ ଅଟକିଛି ପ୍ରକଳ୍ପ

ପଟ୍ଟାମୁଣ୍ଡାଇ,୨୩।୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଆସନ୍ତା ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳିବ। ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲେ ୪ ବର୍ଷ ତଳେ ଶିଳାନ୍ୟାସ ହୋଇଥିବା ପ୍ରକଳ୍ପରୁ ୨ରୁ ୩ଟି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ କେତେଗୋଟି ଅଧାପଡିଛି ତ ଆଉ ଅନ୍ୟ ସବୁ ଆରମ୍ଭ ହୋଇନାହିଁ। ବିଭିନ୍ନ ସ୍ଥାନରେ କେବଳ ଫଳକଗୁଡ଼ିକ ଶୋଭା ମଣ୍ଡନ କରୁଛି। ଏହାକୁ ନେଇ ପୌରାଞ୍ଚଳର ଅଧିବାସୀ ଓ ବୁଦ୍ଧିଜୀବୀମାନେ ନାପସନ୍ଦ କରି କହୁଛନ୍ତି, କାମ ହେବାର ନଁା ଗନ୍ଧ ନାହିଁ କି କେହି ଲୋକ ଉପକୃତ ହେଉନାହାନ୍ତି, ଶିଳାନ୍ୟାସ ନାମରେ ପ୍ରଶାସନ ଲୋକଙ୍କୁ ଭୁଅଁା ବୁଲାଇଛି।
ବୁଦ୍ଧିଜୀବୀ ପ୍ରବୀର ନାୟକ କହିଛନ୍ତି, ପଟ୍ଟାମୁଣ୍ଡାଇ ପୌର ପରିଷଦ ଆସନ୍ତା ସ୍ବାୟତ୍ତ ଶାସନ ଦିବସ ପାଳିବ। ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ହେବ। ପରବର୍ତ୍ତୀ ସମୟରେ ଶିଳାନ୍ୟାସ କେଉଁଠି ଫଳକରେ ଦୀର୍ଘବର୍ଷ ହେବ ଝୁଲି ରହିବ ତ ଆଉ କେଉଁଠାରେ ଅଧାପନ୍ତରିଆ ଭାବେ କାମ ପରିଷଦର ନାଲିଫିତା ତଳେ ଚାପି ହୋଇ ରହିଯିବ। ପରିତାପର ବିଷୟ, ୨୦୧୯ରେ ପଟ୍ଟାମୁଣ୍ଡାଇ ପୌର ପରିଷଦରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା। ଯେଉଁସବୁ ପ୍ରକଳ୍ପର ଶିଳାନ୍ୟାସ କରାଯାଇ ସହରବାସୀଙ୍କୁ ପୌର ପରିଷଦ ସ୍ବପ୍ନ ଦେଖାଇଥିଲା, ସେଥିମଧ୍ୟରୁ ଅନେକ ପ୍ରକଳ୍ପ କେବଳ ଫଳକ ପୋତାରେ ରହିଯାଇଛି। ଯେଉଁ ହାତଗଣତି କେତେଗୋଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି, ସେସବୁ ବ୍ୟବହାର ଉପଯୋଗୀ ହୋଇନାହିଁ। ତେଣୁ ସ୍ବାୟତ୍ତ ଶାସନ ଦିବସ ପାଳନକୁ ନେଇ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଲୋକଙ୍କ ଆଗ୍ରହ ନାହିଁ ବୋଲି ଚର୍ଚ୍ଚା ହେଉଛି। ସାମାଜିକ କର୍ମୀ ସତ୍ୟପ୍ରିୟ ସାମଲ କହିଛନ୍ତି, ୨୦୧୯ ସ୍ବାୟତ୍ତ ଶାସନ ଦିବସ ଅବସରରେ ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଚେରି ପୋଖରୀ ପୁନରୁଦ୍ଧାର କାର୍ଯ୍ୟର ଶୁଭ ଦିଆଯାଇଥିବାବେଳେ ତାହାର ଅଗ୍ରଗତି ହେଉନାହିଁ। ପଟ୍ଟାମୁଣ୍ଡାଇ ସହରର ଉଠାଦୋକାନୀମାନଙ୍କୁ ଉପଯୁକ୍ତ ଥଇଥାନ କରିବାକୁ ୧ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ମହାବୀର ବଜାରଠାରେ ଭେଣ୍ଡିଂ ଜୋନ୍‌ର ଶୁଭ ପଡ଼ିଥିଲା। ସେହିପରି ପୌରାଞ୍ଚଳର ଲୋକମାନଙ୍କୁ ଅତ୍ୟାଧୁନିକ ସେବା ଯୋଗାଇ ଦେବାକୁ ୧ କୋଟି ଟଙ୍କା ବ୍ୟୟରେ ବାଲିପଡ଼ାଠାରେ ସ୍ମାର୍ଟ ଶ୍ମଶାନ ଗୃହର ଶିଳାନ୍ୟାସ କରାଯାଇଥିଲା। ୧ କୋଟି ଟଙ୍କା ବ୍ୟୟରେ ମଲ୍ଟି ଷ୍ଟୋରେଡ ମାର୍କେଟ କମ୍ପ୍ଲେକ୍ସ ଓ ଯଜ୍ଞ ପଡ଼ିଆର ଉନ୍ନତୀକରଣ କାର୍ଯ୍ୟର ଶୁଭ ଦିଆଯାଇଥିଲା। ଭିତ୍ତିପ୍ରସ୍ତର ଫଳକରେ ବିଧାୟକଙ୍କ ସମେତ ଅନ୍ୟ ବ୍ୟକ୍ତି ବିଶେଷଙ୍କ ନାମ ଏବେ ବି ଝୁଲୁଛି। ଦୋକାନୀମାନେ ଉପକୃତ ହେବା ଲାଗି ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ପଡ଼ିଥିଲା। କିନ୍ତୁ ୪ବର୍ଷ ପରେ ଉକ୍ତ ଫଳକ ଭାଙ୍ଗିରୁଜି ଗଲାଣି ପଛେ ଇଟା ଖଣ୍ଡେ ପଡ଼ିପାରିଲା ନାହିଁ। ଯଜ୍ଞ ପଡ଼ିଆ ଅଳିଆଆବର୍ଜନାରେ ପରିପୂର୍ଣ୍ଣ ହୋଇରହିଛି। ପ୍ରତିବର୍ଷ ସ୍ବାୟତ୍ତ ଶାସନ ଦିବସ ଆସୁଛି ଓ ବ୍ୟବସାୟୀମାନେ ଏହି ପ୍ରକଳ୍ପ କଥା ମନେ ପକାଉଛନ୍ତି। ଆଇନଜୀବୀ ପ୍ରମୋଦ ସାହୁ କହିଛନ୍ତି, ଗତ ସ୍ବାୟତ୍ତ ଶାସନ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସଭା ସଦସ୍ୟ ମାନସ ରଞ୍ଜନ ମଙ୍ଗରାଜ କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିରନ୍ତର ପ୍ରୟାସ ଏବଂ କୋଟି କୋଟି ଟଙ୍କା ଅନୁଦାନ ଯୋଗାଇ ଦେଇଥିବାରୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ମାର୍ଟ ପାର୍କ, ସ୍ମାର୍ଟ ଶ୍ମଶାନ, ପ୍ରେକ୍ଷାଳୟ ଗୃହ, ଭେଣ୍ଡିଂ ଜୋନ, ଇନ୍‌ଡୋର ଷ୍ଟାଡିୟମ, କଚେରି ପୋଖରୀ ପୁନରୁଦ୍ଧାର, ଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ସହ ଉଜ୍ଜ୍ୱଳ ଆଲୋକୀକରଣ ଓ ପରିମଳ ବ୍ୟବସ୍ଥା କରାଯାଇଛି। ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ସବ୍‌ଡିଭିଜନ ହସ୍ପିଟାଲରେ ଆବଶ୍ୟକ ଡାକ୍ତର ଓ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ପାଇଁ ପଦକ୍ଷେପ ନିଆଯାଇଛି। ରାସ୍ତାଘାଟ ଉନ୍ନତୀକରଣ ଓ ବିଶୁଦ୍ଧ ପିଇବା ପାଣି ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ମାତ୍ର ସ୍ମାର୍ଟ ପାର୍କ, ପ୍ରେକ୍ଷାଳୟ ଗୃହ, ଇନ୍‌ଡୋର ଷ୍ଟାଡିୟମକୁ ଛାଡି ଦେଲେ ଆଉ ସବୁ ଅଧାରେ ଅଟକିଛି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ପୌରନିର୍ବାହୀ ଅଧିକାରୀ ନାରାୟଣ ପ୍ରସାଦ ଗିରିଙ୍କୁ ପଚାରିବାରେ କେତେଗୋଟି କାମ ବିଳମ୍ବ ହୋଇଛି। ଯେଉଁ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ କରାଯାଇଥିଲା ସେଗୁଡିକର ଖୁବ୍‌ଶୀଘ୍ର କାମ ଶେଷ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?