ବଳାତ୍କାରଙ୍କୁ ୪ ବର୍ଷ ଜେଲ

ବ୍ରହ୍ମପୁର,୨୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ପ୍ରମାଣକୁ ଭିତ୍ତିି କରି ଅଭିଯୁକ୍ତ ପ୍ରହଲ୍ଲାଦ ନଗରର ତ୍ରିଲୋଚନ ସାହୁ ଓରଫ ବାବୁ(୩୦)ଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୪ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।

୨୦୧୮ ନଭେମ୍ବର ୨୧ ତାରିଖ ସନ୍ଧ୍ୟାରେ୧୩ ବର୍ଷୀୟା ନାବାଳିକା ଟ୍ୟୁଶନ ଯାଇ ଘରକୁ ଫେରି ନ ଥିଲେ। ତାଙ୍କ ବାପା ଟ୍ୟୁଶନ ଶିକ୍ଷକଙ୍କ ନିକଟକୁ ଯାଇ ଝିଅ ସମ୍ପର୍କରେ ପଚାରିଥିଲେ। ଝିଅ ଟ୍ୟୁଶନ ଆସି ନ ଥିବା ଶିକ୍ଷକ କହିଥିଲେ। ପରିବାର ଲୋକେ ଏ ନେଇ ବଡବଜାର ଥାନାରେ ଅଭିଯୋଗ କରିଥିଲେ। ପରେ ରାତି ପ୍ରାୟ ୯ଟାରେ ନାବାଳିକା ଘରକୁ ଫେରିଥିଲେ। ପୋଲିସ ତାଙ୍କ ବୟାନ ରେକର୍ଡ କରିଥିଲା। ଅଭିଯୁକ୍ତ ତ୍ରିଲୋଚନ ତାଙ୍କୁ ଚକୋଲେଟ ଦେବାକୁ କହି ଏକ ଗେଷ୍ଟହାଉସକୁ ନେଇ ବଳାତ୍କାର କରିଥିଲେ। ଏ ବିଷୟରେ କାହାକୁ ଜଣାଇଲେ ପରିବାର ଲୋକଙ୍କୁ ଜୀବନରେ ମାରିଦେବାକୁ ଧମକ ଦେବା ସହ ଜାତିଆଣ ମନ୍ତବ୍ୟ ଦେଇଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା(ନଂ.୧୯୧/୧୮) ରୁଜୁ କରି ଅଭିଯୁକ୍ତ ତ୍ରିଲୋଚନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ତ୍ରିଲୋଚନଙ୍କୁ ୨୦୧୯ ନଭେମ୍ବର ୨୧ରେ ଜାମିନ ମିଳିଥିଲା। ଉକ୍ତ ମାମଲାର ବିଚାର ବେଳେ ୧୦ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଏହାକୁ ଆଧାର କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ମୋହନ ସିଙ୍ଗାରି ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri