Posted inଜାତୀୟ

ଗୋଟିଏ ଝଟ୍‌କାରେ ଚାଲିଗଲା ୪ ୟୁଟ୍ୟୁବରଙ୍କ ଜୀବନ

ଲକ୍ଷ୍ନୌ, ୧୧।୦୬: ଉତ୍ତର ପ୍ରଦେଶର ଅମରୋହ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ ଜଣ ୟୁଟ୍ୟୁବରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ୟୁଟ୍ୟୁବରମାନେ ଗଜରୈଲାରେ ଜନ୍ମଦିନ ପାଳନ କରି ବୁଲନ୍ଦ ସହରକୁ ଫେରୁଥିବା ବେଳେ ଏପରି ଦୁର୍ଘଟଣା ଘଟିଥିଲା।

ମିଳିଥିବା ସୂଚନା ଅନୁସାରେ, ପ୍ରାଣ ହରାଇଥିବା ୟୁଟ୍ୟୁବରମାନେ ହେଉଛନ୍ତି ଲକି, ସଲମାନ, ଶାହାରୁଖ ଏବଂ ଶାହନାୱାଜ । ଏହି ଚାରିଜଣ ଯୁବକ ଏକାଠି ମିଶି ରାଉଣ୍ଡ ୨ ୱାଲର୍‌ଡ ଚ୍ୟାନେଲ ଚଳାଉଥିଲେ ଏବଂ କମେଡି ବିଷୟବସ୍ତୁ ତିଆରି କରୁଥିଲେ । ସୋସିଆଲ ମିଡିଆରେ ତାଙ୍କର ବହୁତ ଭଲ ସବ୍‌ସ୍କ୍ରାଇବର ଏବଂ ଫଲୋର୍ସ ରହିଛନ୍ତି । ସେମାନଙ୍କର ୟୁଟ୍ୟୁବରେ ଦୁଇ ମିଲିୟନରୁ ଅଧିକ ଗ୍ରାହକ ଅଛନ୍ତି। ସେହିପରି ଇନଷ୍ଟାଗ୍ରାମରେ ୮୦ ହଜାରରୁ ଅଧିକ ଫଲୋର୍ସ ଅଛନ୍ତି। ଏହା ବ୍ୟତୀତ ଫେସବୁକରେ ପ୍ରାୟ ଦୁଇ ଲକ୍ଷ ଫଲୋର୍ସ ମଧ୍ୟ ରହିଛନ୍ତି।

ପୋଲିସର ସୂଚନାନୁସାରେ, ଏହି ଚାରିଜଣ ଯୁବକ ଜନ୍ମଦିନ ଉତ୍ସବ ସାରି ଘରକୁ ଫେରୁଥିବା ବେଳେ, ସେମାନଙ୍କ ମାରୁତି ସୁଜୁକି ଏର୍ଟିଗା କାର ଆଗରୁ ଆସୁଥିବା ମହିନ୍ଦ୍ରା ବୋଲେରୋ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ସମସ୍ତ ଚାରିଜଣ ୟୁଟ୍ୟୁବରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ଅନ୍ୟପଟେ ବୋଲେରୋରେ ଥିବା ୬ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri