ଆଧାର ନ ଥିଲେ ହିତାଧିକାରୀଙ୍କୁ ମିଳିବନି ଭତ୍ତା

ଗୋପ,୬।୩(ଡି.ଏନ୍‌.ଏ.): ଆଧାର ନ ଥିଲେ ଏଥର ଭତ୍ତା ଟଙ୍କା ମିଳିବନି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ବ୍ଲକକୁ ଜଣାଇ ଦିଆଯାଇଛି। ଗୋପ ବ୍ଲକର ୩୧ଟି ପଞ୍ଚାୟତରେ ଥିବା ୨୧ହଜାର ୧୨୭ଜଣ ଭତ୍ତା ହିତାଧିକାରୀଙ୍କୁ ମାସର ୧୫ ତାରିଖରେ ଭତ୍ତା ଦିଆଯାଇଥାଏ। କିନ୍ତୁ ଏହି ହିତାଧିକାରୀଙ୍କ ମଧ୍ୟରୁ ଆଧାର କାର୍ଡ ନ ଥିବା ୧୮୩୬ଜଣଙ୍କୁ ମଧ୍ୟ ଭତ୍ତା ପ୍ରଦାନ କରାଯାଇଥାଏ। ଏହି ଭତ୍ତା ହିତାଧିକାରୀଙ୍କ ମଧ୍ୟରେ କେତେଜଣଙ୍କ ମୃତ୍ୟୁ ସହିତ ବାହାରେ ଥିବାବେଳେ କେତେଜଣ ବ୍ୟକ୍ତି ହିତାଧିକାରୀଙ୍କ ନାମରେ ଜାଲ ଦସ୍ତଖତ କରି ଭତ୍ତା ନେବା ଭଳି ଅଭିଯୋଗ ଆସିଥିଲା। ଅଭିଯୋଗ ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ କାର୍ଯ୍ୟାଳୟ ଚିଠି ନମ୍ବର ୪୬୪, ତା,୨/୩ /୨୦୨୧ରେ କାର୍ଯାନୁଷ୍ଠାନ ନିଆଯାଉଛିି। ଏହି ନିର୍ଦ୍ଦେଶକୁ ଚଳିତମାସରୁ ଲାଗୁ କରାଯାଇଥିବା ବେଳେ ବ୍ଲକ ପକ୍ଷରୁ ଏକ ଟିମ ଗଠନ କରି ପ୍ରତି ପଞ୍ଚାୟତରେ ପହଞ୍ଚି ଆଧାର କାର୍ଡ ନ ଥିବା ହିତାଧିକାରୀଙ୍କ ଆଧାର କାର୍ଡ କରିବେ ବୋଲି ବ୍ଲକ ସାମାଜିକ ଭାରପ୍ରାପ୍ତ ଅଧିକାରୀ ଅଶୋକ ବେହେରା କହିଛନ୍ତି। ଅପରପକ୍ଷେ ଗୋପ ବ୍ଲକ ଇସାଣପୁର, ରାହାଙ୍ଗଗୋରଡା, ଗୋପ, ବୀରତୁଙ୍ଗ,ଜଙ୍ଗଲବୋରି, ସୁତନ, କୁଆଁପଡା, ଗଣେଶ୍ୱରପୁର, ଧୂମାଳ, ଶୋରଭା ପଞ୍ଚାୟତ ସହିତ ଆଉ କେତେକ ପଞ୍ଚାୟତରେ ଜାଲ କାଗଜପତ୍ର ସହ ଦିବ୍ୟାଙ୍ଗ ନ ଥାଇ ସରକାରୀ ଭତ୍ତା ସହିତ ଚାଉଳ ନେବା ଅଭିଯୋଗ ରହିଥିଲେ ମଧ୍ୟ ବ୍ଲକ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେଉ ନ ଥିବା ଅଭିଯୋଗ ରହିଛି। ଏ ସମ୍ପର୍କରେ ବିଡିଓ ଦୀପ୍ତିରାଣୀ ଦାସ କହିଛନ୍ତି, ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ ତଦନ୍ତ ଚାଲିଥିବାବେଳେ ସମସ୍ତ ତଥ୍ୟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri