କନ୍ଧମାଳରେ ୪୦ ଏକର ଗଞ୍ଜେଇ ଚାଷ ଉଚ୍ଛେଦ, ଲକ୍ଷାଧିକ ଟଙ୍କାର ଗଛ ପୋଡ଼ି ନଷ୍ଟ

ଦାରିଙ୍ଗବାଡି,୫।୧୧(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳ କାଡଶପାଟା ଗ୍ରାମ ନିକଟ ଜଙ୍ଗଲରେ ବୁଧବାର ପୋଲିସର ବଡ଼ ଚଢ଼ାଉ। ଗୋପନ ସୂଚନା ମିଳିବା ପରେ ଡିଏସପି କନକ ମାଝୀଙ୍କ ନେତୃତ୍ୱରେ ଆଇଆଇସି ଜୟନ୍ତ କୁମାର ସେଠି, ଅବକାରୀ ବିଭାଗ କର୍ମଚାରୀ ଓ ଏକଜିକ୍ୟୁଟିଭ ମ୍ୟାଜିଷ୍ଟ୍ରେଟ ଦୁଃଶାସନ ସ୍ୱାଇଁଙ୍କ ଉପସ୍ଥିତିରେ ସାଲେଜୁ ଏବଂ କାଡଶପାଟା ଅଞ୍ଚଳରେ ପ୍ରାୟ ୪୦ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛ କାଟି ନିଆଁ ଲଗାଇ ସମ୍ପୂର୍ଣ ନଷ୍ଟ କରାଯାଇଛି।

ଗଛଗୁଡ଼ିକର ଆନୁମାନିକ ବଜାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ପୋଲିସ ପ୍ରକାଶ କରିଛି। ସଶସ୍ତ୍ର ପୋଲିସ ବାହିନୀ ପଇଁତରା କରି ଅପରେସନକୁ ସୁରକ୍ଷିତ ରଖିଥିଲା।

ଡିଏସପି ମାଝୀ କହିଛନ୍ତି, ଦାରିଙ୍ଗବାଡି ଓ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଆହୁରି ଗଞ୍ଜେଇ ଚାଷ ହୋଇଥାଇପାରେ ବୋଲି ସନ୍ଦେହ। ତେଣୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଏହି ଅଭିଯାନକୁ ପୋଲିସର ବଡ଼ ସଫଳତା ରୂପେ ଗଣାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri