ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ ରହୁନାହାନ୍ତି। ଥରେ ଦୁଇ ଥର ନୁହେଁ, ବହୁ ଥର ଏପରି ହେଉଛି। ଯଦ୍ୱାରା ମାମଲାର ଶୁଣାଣିରେ ଅଗ୍ରଗତି ହୋଇପାରୁନାହିଁ। ଏହାକୁ ନେଇ ହାଇକୋର୍ଟ ବହୁ ଭାବେ କ୍ଷୁବ୍ଧ ହୋଇଛନ୍ତି। ଏଥିସହ ଏ ବାବଦରେ ଗୁରୁତର ପଦକ୍ଷେପ ନେବାକୁ ହାଇକୋର୍ଟ ଚେତାବନୀ ଦେଇଛନ୍ତି। ସୂଚନା ଅନୁସାରେ, ଜ୍ୟୋତି ଶଙ୍କର ବଳିୟାରସିଂହ ବନାମ କେନ୍ଦ୍ର ସରକାର ଡବ୍ଲ୍ୟୁପିସି ନଂ ୨୬୦୦୪/୨୦୨୨ ମାମଲାର ପୂର୍ବ ଶୁଣାଣି ଗତ ୨୫ ତାରିଖରେ ହୋଇଥିଲା। ପ୍ରଥମ ପକ୍ଷ ଜ୍ୟୋତି ଶଙ୍କର ବଳିୟାରସିଂହଙ୍କ ପକ୍ଷରୁ ଆଇନଜୀବୀ ନିର୍ମଳ ରଞ୍ଜନ ରାଉତରାୟ ଅଦାଲତରେ ଉପସ୍ଥିତ ଥିଲେ। ମାତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଆଇନଜୀବୀ ଅଦାଲତରେ ଉପସ୍ଥିତ ନଥିଲେ। ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ମାମଲାର ଶୁଣାଣି ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଆଇନଜୀବୀ ଉପସ୍ଥିତ ନଥିବା ଦେଖି କ୍ଷୁବ୍ଧ ହୋଇଥିଲେ। ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ, ମାମଲାର ଜେରା ସରିଥିବା ବେଳେ ଅଦାଲତକୁ ସହାୟତା କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ ନାହାନ୍ତି। ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ମାମଲା ପରିଚାଳନା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୪୦ ସରକାରୀ ଓକିଲ ଅଛନ୍ତି। ତଥାପି ମାମଲା ଶୁଣାଣି ବେଳେ କେହି ଉପସ୍ଥିତ ରହୁନାହାନ୍ତି। ସେଥିପାଇଁ ହାଇକୋର୍ଟ ଏହି ଘଟଣାକୁ ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି। ଏପରିକି ଏହି ଘଟଣା ସଂକ୍ରାନ୍ତରେ କେନ୍ଦ୍ର ଆଇନ୍‌ ଓ ନ୍ୟାୟ ସଚିବଙ୍କୁ ଆଇନ ଅନୁଯାୟୀ ଅବଗତ କରାଯାଇପାରେ ବୋଲି ଖଣ୍ଡପୀଠ ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି। ଏଥିସହ ମାମଲାର ପରବର୍ତ୍ତି ଶୁଣାଣି ଆଗାମୀ ୨ ସପ୍ତାହ ପରେ କରାଯିବାକୁ ଖଣ୍ଡପୀଠ ଆଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?