Posted inଖେଳ

ଭାରତୀୟ ଆଥ୍‌ଲେଟଙ୍କ ଲାଗି ପଠାଗଲା ୪୦ ଏୟାରକଣ୍ଡିଶନର

ନୂଆଦିଲ୍ଲୀ, ୪ା୮ :ପ୍ୟାରିସରେ ତାପମାତ୍ରା ସାଙ୍ଗକୁ ଆର୍ଦ୍ରତା ବୃଦ୍ଧି ପାଇବାରେ ଲାଗିଛି। ଅଲିମ୍ପିକ ଗେମ୍ସ ଭିଲେଜର ରୁମ୍‌ଗୁଡ଼ିକରେ କୁଲିଂ ବ୍ୟବସ୍ଥାରେ ଅଭାବ ରହିଥିବାରୁ ସେଠାରେ ଅବସ୍ଥାନ କରୁଥିବା ଭାରତୀୟ ଆଥଲେଟମାନଙ୍କ ସୁବିଧା ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ୪୦ଟି ଏୟାରକଣ୍ଡିଶନର ପଠାଇଛି। ଭାରତୀୟ ଅଲିମ୍ପିକ ଆସୋସିଏଶନ ଏବଂ ସ୍ଥାନୀୟ ଫ୍ରେଞ୍ଚ୍‌ ଦୂତାବାସ ସହ ଆଲୋଚନା ପରେ ଏହି ପଦକ୍ଷେପ ନିଆଯାଇଛି। ଅଲିମ୍ପିକ ଗେମ୍ସର ଦୁଇ ପ୍ରମୁଖ ଭେନ୍ୟୁ ପ୍ୟାରିସ ଓ ଚାଟେରକ୍ସରେ ତାପମାତ୍ରା ବୃଦ୍ଧି ପାଉଛି। ଚାଟେରକ୍ସ ଶୁଟିଂ ରେଞ୍ଜ୍‌ରେ ପୁରୁଷ ୫୦ମିଟର ରାଇଫଲ ୩-ପୋଜିଶନ ଇଭେଣ୍ଟ ବେଳେ ଭାରତର ବ୍ରୋଞ୍ଜ-ବିଜେତା ସ୍ବପ୍ନିଲ କୁସାଲେଙ୍କ ସମେତ ସମସ୍ତ ୮ ଫାଇନାଲିଷ୍ଟ ଝାଳରେ ବୁଡ଼ିଯାଇଥିବା ଲକ୍ଷ୍ୟ କରାଯାଇଥିଲା। ଖବର ଅନୁସାରେ ପ୍ୟାରିସରେ ଏଇ କିଛି ଦିନ ହେଲା ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚତ୍ଛି ଏବଂ ଅସହ୍ୟ ପରିସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri