ତାତୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ଅସହ୍ୟ ହେଉଛି ଖରା ତାତି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହୁଛି। ଇତିମଧ୍ୟରେ ରାଜ୍ୟରେ ତାପମାତ୍ରା ୪୧ ଡିଗ୍ରୀ ଟପିଥିବାବେଳେ ଆଗକୁ ୪୪ ଡିଗ୍ରୀରୁ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ ଓ ତାତି ଆହୁରି ବଢ଼ିବ। ବୁଧବାର ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼, ଗୁରୁବାର ଦିନ ଅନୁଗୋଳ, କଳାହାଣ୍ଡି, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ ସମ୍ବଲପୁର ଏବଂ ଶୁକ୍ରବାର ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ଅନୁଗୋଳ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସେଥିପାଇଁ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଖରା ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କୁ ଅଧିକ ସତର୍କ ରହିବାକୁ ପଡ଼ିବ। ସେହିଭଳି ମଧ୍ୟାହ୍ନ ୧୨ଟାରୁ ୩ଟା ମଧ୍ୟରେ ବାହାରକୁ ଗଲେ ପ୍ରାକ୍‌ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ଜନସାଧାରଣଙ୍କୁ ପରାମର୍ଶ ଦେଇଛି। ଏଥିସହିତ ଆବଶ୍ୟକ ନ ଥିଲେ ଖରା ସମୟରେ ବାହାରକୁ ନ ବାହାରିବା ପାଇଁ ସତର୍କ କରାଯାଇଛି।
ସେପଟେ ମଙ୍ଗଳବାର ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୫ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବାବେଳେ ବଲାଙ୍ଗୀର ୪୧.୪, ସୋନପୁର ୪୧.୩, ବାରିପଦା ୪୧, ବୌଦ୍ଧ ୪୧, ଭବାନୀପାଟଣା ୪୦.୨ ଓ ସମ୍ବଲପୁରରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଝାରସୁଗୁଡ଼ା ୩୯.୮, ଅନୁଗୋଳ ୩୯.୭, ସୁନ୍ଦରଗଡ଼ ୩୯.୫, ତାଳଚେର ୩୯.୨, ହୀରାକୁଦ ୩୯.୧, ମାଲକାନଗିରି ୩୯, ଫୁଲବାଣୀ ୩୮.୬, ରାୟଗଡ଼ା ୩୮.୪, ନୟାଗଡ଼ ୩୮.୫, ଛତ୍ରପୁର ୩୮, ଭଦ୍ରକ ୩୭.୫, ପାରଳାଖେମୁଣ୍ଡି ୩୭.୫, କେନ୍ଦୁଝର ୩୭.୬, ଯାଜପୁର ୩୭, ବାଲେଶ୍ୱର ୩୭, ଚାନ୍ଦବାଲି ୩୭.୨, କଟକ ୩୬.୫ ଓ ଭୁବନେଶ୍ୱରର ତାପମାତ୍ରା ୩୬.୫ ଡିଗ୍ରୀ ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri