ତାତୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ଅସହ୍ୟ ହେଉଛି ଖରା ତାତି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହୁଛି। ଇତିମଧ୍ୟରେ ରାଜ୍ୟରେ ତାପମାତ୍ରା ୪୧ ଡିଗ୍ରୀ ଟପିଥିବାବେଳେ ଆଗକୁ ୪୪ ଡିଗ୍ରୀରୁ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ ଓ ତାତି ଆହୁରି ବଢ଼ିବ। ବୁଧବାର ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼, ଗୁରୁବାର ଦିନ ଅନୁଗୋଳ, କଳାହାଣ୍ଡି, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ ସମ୍ବଲପୁର ଏବଂ ଶୁକ୍ରବାର ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ଅନୁଗୋଳ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସେଥିପାଇଁ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଖରା ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କୁ ଅଧିକ ସତର୍କ ରହିବାକୁ ପଡ଼ିବ। ସେହିଭଳି ମଧ୍ୟାହ୍ନ ୧୨ଟାରୁ ୩ଟା ମଧ୍ୟରେ ବାହାରକୁ ଗଲେ ପ୍ରାକ୍‌ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ଜନସାଧାରଣଙ୍କୁ ପରାମର୍ଶ ଦେଇଛି। ଏଥିସହିତ ଆବଶ୍ୟକ ନ ଥିଲେ ଖରା ସମୟରେ ବାହାରକୁ ନ ବାହାରିବା ପାଇଁ ସତର୍କ କରାଯାଇଛି।
ସେପଟେ ମଙ୍ଗଳବାର ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୫ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବାବେଳେ ବଲାଙ୍ଗୀର ୪୧.୪, ସୋନପୁର ୪୧.୩, ବାରିପଦା ୪୧, ବୌଦ୍ଧ ୪୧, ଭବାନୀପାଟଣା ୪୦.୨ ଓ ସମ୍ବଲପୁରରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଝାରସୁଗୁଡ଼ା ୩୯.୮, ଅନୁଗୋଳ ୩୯.୭, ସୁନ୍ଦରଗଡ଼ ୩୯.୫, ତାଳଚେର ୩୯.୨, ହୀରାକୁଦ ୩୯.୧, ମାଲକାନଗିରି ୩୯, ଫୁଲବାଣୀ ୩୮.୬, ରାୟଗଡ଼ା ୩୮.୪, ନୟାଗଡ଼ ୩୮.୫, ଛତ୍ରପୁର ୩୮, ଭଦ୍ରକ ୩୭.୫, ପାରଳାଖେମୁଣ୍ଡି ୩୭.୫, କେନ୍ଦୁଝର ୩୭.୬, ଯାଜପୁର ୩୭, ବାଲେଶ୍ୱର ୩୭, ଚାନ୍ଦବାଲି ୩୭.୨, କଟକ ୩୬.୫ ଓ ଭୁବନେଶ୍ୱରର ତାପମାତ୍ରା ୩୬.୫ ଡିଗ୍ରୀ ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri