୪୦ ଡିଗ୍ରୀ ମୁହାଁ ପାରଦ, ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ଶନିବାର ପାଗ ପ୍ରାୟ ଶୁଖିଲା ରହିଥିଲା। ତେବେ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ରାୟଗଡା, ବୌଦ୍ଧ ଓ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଓ ପବନ ହୋଇଥିଲା। ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି ହୋଇଛି। ଅନ୍ୟପକ୍ଷରେ ପୂର୍ବଠାରୁ ରାଜ୍ୟରେ ବର୍ଷା କମିଥିବାବେଳେ ତାପମାତ୍ରା ବଢ଼ି ଚାଲିଛି। ଶନିବାର ୩୧ ସହରରେ ପାରଦ ସ୍ବାଭାବିକଠାରୁ ଉପରେ ରହିବା ସହ ୪୦ ଡିଗ୍ରୀ ମୁହାଁ ହୋଇଛି। ୩୯.୪ ଡିଗ୍ରୀ ସେଲସିୟସ୍‌ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବାବେଳେ ୯ ସହରରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ୍‌ ଓ ଏହାଠାରୁ ଅଧିକ ରହିଛି। ଅନୁଗୋଳରେ ୩୮.୭, ଝାରସୁଗୁଡ଼ା ୩୮.୬, ଭବାନୀପାଟଣା ଓ ଟିଟିଲାଗଡ଼ରେ ୩୮.୫, ଚାନ୍ଦବାଲି ଓ ତାଳଚେରରେ ୩୮.୨ ଡିଗ୍ରୀ, ସୁନ୍ଦରଗଡ଼ ଓ ବୌଦ୍ଧରେ ପାରଦ ୩୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ତେବେ ୧୧ ତାରିଖରୁ ରାଜ୍ୟରେ ବର୍ଷା କମିବ ଓ ପ୍ରବଳରୁ ଅତିପ୍ରବଳ ଗରମ ହେବା ନେଇ ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି। ବଙ୍ଗୋପସାଗରରୁ କ୍ରମାଗତ ଭାବେ ଥଣ୍ଡା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ସ୍ଥଳଭାଗ ଆଡ଼କୁ ପ୍ରବାହିତ ହେଉଥିବାରୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଉପରବେଳା କାଳବୈଶାଖୀ ବର୍ଷା ହେଉଛି। ରବିବାର ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ୧୪ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ନିଂ ରହିଛି। ସୋମବାର ୯ ଜିଲା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ କୋରାପୁଟକୁ ବର୍ଷା ୱାର୍ନିଂ ଜାରି ହୋଇଛି। ୧୧ ତାରିଖଠାରୁ ରାଜ୍ୟରେ ବର୍ଷା ପରିମାଣ କମିବା ସହ ପାରଦ ଉପରମୁହାଁ ହେବ। ୧୮ରୁ ୨୦ ତାରିଖ ସୁଦ୍ଧା ଏହା ୪୧ରୁ ୪୪ ଡିଗ୍ରୀ ଯାଏ ବୃଦ୍ଧିପାଇବ ବୋଲି ଭାରତୀୟ ପାଣିପାଗ ସଂସ୍ଥାନ (ଆଇଏମଡି)ର ଏକାଧିକ ପାଣିପାଗ ମଡେଲ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri