ଅନ୍ୟ ଜାତିରେ ଝିଅ ବିବାହ କରିବାରୁ ଶୁଦ୍ଧି ହେଲେ ପରିବାରର ୪୦ ସଦସ୍ୟ, ସମସ୍ତେ ଲଣ୍ଡା ହୋଇ…

ଭୁବନେଶ୍ୱର ,୧୯ା୬: ରାୟଗଡ଼ା ଜିଲା କାଶୀପୁର ବ୍ଲକ ବର୍ତ୍ତମାନ ଖଣିଜ ସମ୍ପଦକୁ ନେଇ ବିଶ୍ୱ ଦରବାରରେ ପରିଚିତ। ହେଲେ ଜାତି ପ୍ରଥାକୁ ନେଇ ଏହି ଗାଁରେ ଦେଖାଦେଇଛି ଏକ ଭିନ୍ନ ଚିତ୍ର। ଜଣେ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଝିଅ ଜଣେ ଅନୁସୂଚିତ ଜାତି ବର୍ଗର ପୁଅକୁ ପ୍ରେମ ବିବାହ କରିଥିବା ଘଟଣାକୁ ନେଇ ଝିଅ ପରିବାରର ୪୦ ଜଣ ସଦସ୍ୟ ଶୁଦ୍ଧି ହେବା ପାଇଁ ମୁଣ୍ଡନ କରିବା ସହିତ ପାରମ୍ପରିକ ରୀତିନୀତି ପାଳନ କରିଛନ୍ତି। ବର୍ତ୍ତମାନ ଏହି ଘଟଣା ସାରାରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। କାଶୀପୁର ବ୍ଲକର ଗୋରଖପୁର ପଞ୍ଚାୟତ ଅନ୍ତର୍ଗତ ବାଇଗଣଗୁଡ଼ା ଗ୍ରାମର ଘଟିଛି ଏହିଭଳି ଅଭାବନୀୟ ଘଟଣା।

ଘଟଣାରୁ ପ୍ରକାଶ ଯେ, ବାଇଗଣଗୁଡ଼ା ଗ୍ରାମର ଜଣେ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଝିଅ ଜଣେ ଅନୁସୂଚିତ ଜାତି ବର୍ଗର ପୁଅକୁ ଭଲ ପାଉଥିଲେ। ପରବର୍ତ୍ତୀ ସମୟରେ ପରିବାରବର୍ଗଙ୍କ ଅନିଚ୍ଛା ସତ୍ତ୍ବେ ଉକ୍ତ ଯୁବକଙ୍କ ସହିତ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଯାହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଥିଲେ। ଜାତିରେ ରହିବାକୁ ହେଲେ ପରିବାରବର୍ଗଙ୍କୁ ତାଙ୍କ ପରମ୍ପରା ଅନୁଯାୟୀ ଛେଳି, କୁକୁଡ଼ା, ଘୁଷୁରି ଆଦି ବଳି ଦେବା ସହିତ ମୁଣ୍ଡନ କରିବାକୁ କହିଥିଲେ ଗ୍ରାମବାସୀ। ଏହି କାର୍ଯ୍ୟ କରିବା ପାଇଁ ପରିବାରବର୍ଗଙ୍କୁ ଖର୍ଚ୍ଚାନ୍ତ ହେବାକୁ ପଡ଼ିଥିଲା। ଗୋଟିଏ ପଟେ ଜାତିଆଣ ଭେଦଭାବ ନ ରଖି ସମସ୍ତେ ମିଳିମିଶି ରହିବାକୁ ସଚେତନତା ହେଉଥିଲେ ମଧ୍ୟ ଆଜି ବି ଜୀବିତ ରହିଛି ପୁରୁଣା ପ୍ରଥା ଓ ପରମ୍ପରା। ତେବେ ଏନେଇ କାଶୀପୁର ବିଡିଓ ବିଜୟ ସୋଏଙ୍କୁ ପଚାରିବାରୁ ଏନେଇ ଖବର ମିଳିବା ପରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ସେଠାକୁ ଯାଇ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ବିଡିଓ ବିଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri