Posted inଜାତୀୟ

ବନ୍ଦରରେ ୪୦ ମାଛଧରା ଡଙ୍ଗା ଜଳିଗଲା

ବିଶାଖାପଟନମ୍‌,୨୦ା୧୧: ବିଶାଖାପଟନମ୍‌ର ଏକ ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରାୟ ୪୦ଟି ମତ୍ସ୍ୟଜୀବୀ ଡଙ୍ଗା ପୋଡ଼ି ପାଉଁଶ ହୋଇଯାଇଛି। ରବିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମତ୍ସ୍ୟଜୀବୀମାନେ ସନ୍ଦେହ କରୁଛନ୍ତି ଯେ, କିଛି ଅପରାଧୀ ଡଙ୍ଗାରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୩୦ କୋଟି ଟଙ୍କାର କ୍ଷତି ଘଟିଛି।

Video: Nearly 40 Boats Gutted In Massive Fire At Andhra's Visakhapatnam Fishing Harbour, Locals Suspect Foul Play

ମତ୍ସ୍ୟଜୀବୀ ଏବଂ ସ୍ଥାନୀୟ ପୋଲିସର କହିବା ଅନୁସାରେ, ପ୍ରଥମେ ଗୋଟିଏ ଡଙ୍ଗାରେ ନିଆଁ ଲାଗିବା ପରେ ପାଖକୁ ପାଖ ଲାଗି ରହିଥିବା ଅନ୍ୟ ସବୁ ଡଙ୍ଗାକୁ ବ୍ୟାପି ଯାଇଥିଲା। ଡଙ୍ଗାରେ ଗ୍ୟାସ୍‌ି ସିଲିଣ୍ଡର ଥିବାରୁ ଖୁବଶୀଘ୍ର ନିଆଁ ବ୍ୟାପିଯିବା ସହ ସିଲିଣ୍ଡର ଫାଟି ବିରାଟ ବିସ୍ଫୋରଣ ଘଟିଥିଲା। ସିଲିଣ୍ଡରଗୁଡିକ ଏପରି ଫାଟିଥିଲା ଯେ, ଏହାର ଶବ୍ଦରେ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏନେଇ ପୋଲିସ ପକ୍ଷରୁ ଏକ ମାମଲା ମଧ୍ୟ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri