ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଥିବା ବେଳେ ଚଳିତବର୍ଷ ଫେବୃୟାରୀରେ ୧୭୧୨.୪୮କୋଟି ଟଙ୍କା ସଂଗୃହୀତ ହୋଇଛି। ସେହିପରି ଚଳିତ ଆର୍ଥିକ ବର୍ଷର ଫେବୃୟାରୀ ସୁଦ୍ଧା ୧୨୭୭୯ କୋଟି ଟଙ୍କା ମୋଟ ରାଜ୍ୟ ଜିଏସ୍‌ଟି ସଂଗୃହୀତ ହୋଇଥିବା ବେଳେ ଗତବର୍ଷ ଏହି ସମୟ ମଧ୍ୟରେ ମୋଟ ରାଜ୍ୟ ଜିଏସ୍‌ଟି ସଂଗ୍ରହ ପରିମାଣ ଥିଲା ୧୧୩୯୧.୭୬ କୋଟି ଟଙ୍କା। ଏ କ୍ଷେତ୍ରରେ ୧୨.୧୮ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଫେବୃୟାରୀ ମାସର ସାମଗ୍ରିକ ଜିଏସ୍‌ଟି ସଂଗ୍ରହ କ୍ଷେତ୍ରରେ ମଧ୍ୟ ୧୦.୧୯ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଚଳିତ ବର୍ଷ ୪୫୧୯.୩୫ କୋଟି ଟଙ୍କାର ସାମଗ୍ରିକ ଜିଏସ୍‌ଟି ସଂଗୃହୀତ ହୋଇଥିବାବେଳେ ଗତବର୍ଷ ଫେବୃୟାରୀରେ ଏହି ପରିମାଣ ଥିଲା ୪୧୦୧୪.୪୯ କୋଟି ଟଙ୍କା। ଉଲ୍ଲେଖଯୋଗ୍ୟ ଯେ ଚଳିତ ବର୍ଷ ଫେବୃୟାରୀରେ ହୋଇଥିବା ଜିଏସ୍‌ଟି ସଂଗ୍ରହ ହେଉଛି ଦ୍ୱିତୀୟ ସର୍ବାଧିକ ସର୍ବକାଳୀନ ସଂଗ୍ରହ। ପେଟ୍ରୋଲ ଓ ମଦରୁ ସଂଗ୍ରହ କରାଯାଉଥିବା ଭାଟ୍‌ ରାଜସ୍ବ କ୍ଷେତ୍ରରେ ମଧ୍ୟ ୨୬.୩୦ ପ୍ରତିଶତ ଅଭିବୃଦ୍ଧି ଘଟିଛି। ୨୦୨୨ ଫେବୃୟାରୀରେ ପେଟ୍ରୋଲ ଓ ମଦରୁ ୮୩୫.୫୨ କୋଟି ଟଙ୍କା ଭାଟ୍‌ ରାଜସ୍ବ ଆଦାୟ ହୋଇଥିବାବେଳେ ଚଳିତ ବର୍ଷ ଫେବୃୟାରୀରେ ୧୦୫୫.୨୭ କୋଟି ଟଙ୍କା ମିଳିଛି। ଅଧିକରୁ ଅଧିକ ଟିକସଦାତାଙ୍କୁ ଜିଏସ୍‌ଟି ପରିସରଭୁକ୍ତ କରିବା ପାଇଁ ଜିଏସ୍‌ଟି କମିଶନରେଟ୍‌ ତରଫରୁ ପ୍ରୟାସ ଜାରି ରହିଛି। ଚଳିତ ଆର୍ଥିକ ବର୍ଷ ଫେବୃୟାରୀ ସୁଦ୍ଧା ୪୬୦୯୦ ଜଣ ଟିକସଦାତା ଜିଏସ୍‌ଟି ପରିସରଭୁକ୍ତ ହୋଇଛନ୍ତି। ଏହି ସମୟ ମଧ୍ୟରେ ଇ-ୱେବିଲ୍‌ ନିର୍ଗମନ କ୍ଷେତ୍ରରେ ମଧ୍ୟ ୨୦.୭୨ ପ୍ରତିଶତ ଅଭିବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri