ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଥିବା ବେଳେ ଚଳିତବର୍ଷ ଫେବୃୟାରୀରେ ୧୭୧୨.୪୮କୋଟି ଟଙ୍କା ସଂଗୃହୀତ ହୋଇଛି। ସେହିପରି ଚଳିତ ଆର୍ଥିକ ବର୍ଷର ଫେବୃୟାରୀ ସୁଦ୍ଧା ୧୨୭୭୯ କୋଟି ଟଙ୍କା ମୋଟ ରାଜ୍ୟ ଜିଏସ୍‌ଟି ସଂଗୃହୀତ ହୋଇଥିବା ବେଳେ ଗତବର୍ଷ ଏହି ସମୟ ମଧ୍ୟରେ ମୋଟ ରାଜ୍ୟ ଜିଏସ୍‌ଟି ସଂଗ୍ରହ ପରିମାଣ ଥିଲା ୧୧୩୯୧.୭୬ କୋଟି ଟଙ୍କା। ଏ କ୍ଷେତ୍ରରେ ୧୨.୧୮ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଫେବୃୟାରୀ ମାସର ସାମଗ୍ରିକ ଜିଏସ୍‌ଟି ସଂଗ୍ରହ କ୍ଷେତ୍ରରେ ମଧ୍ୟ ୧୦.୧୯ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଚଳିତ ବର୍ଷ ୪୫୧୯.୩୫ କୋଟି ଟଙ୍କାର ସାମଗ୍ରିକ ଜିଏସ୍‌ଟି ସଂଗୃହୀତ ହୋଇଥିବାବେଳେ ଗତବର୍ଷ ଫେବୃୟାରୀରେ ଏହି ପରିମାଣ ଥିଲା ୪୧୦୧୪.୪୯ କୋଟି ଟଙ୍କା। ଉଲ୍ଲେଖଯୋଗ୍ୟ ଯେ ଚଳିତ ବର୍ଷ ଫେବୃୟାରୀରେ ହୋଇଥିବା ଜିଏସ୍‌ଟି ସଂଗ୍ରହ ହେଉଛି ଦ୍ୱିତୀୟ ସର୍ବାଧିକ ସର୍ବକାଳୀନ ସଂଗ୍ରହ। ପେଟ୍ରୋଲ ଓ ମଦରୁ ସଂଗ୍ରହ କରାଯାଉଥିବା ଭାଟ୍‌ ରାଜସ୍ବ କ୍ଷେତ୍ରରେ ମଧ୍ୟ ୨୬.୩୦ ପ୍ରତିଶତ ଅଭିବୃଦ୍ଧି ଘଟିଛି। ୨୦୨୨ ଫେବୃୟାରୀରେ ପେଟ୍ରୋଲ ଓ ମଦରୁ ୮୩୫.୫୨ କୋଟି ଟଙ୍କା ଭାଟ୍‌ ରାଜସ୍ବ ଆଦାୟ ହୋଇଥିବାବେଳେ ଚଳିତ ବର୍ଷ ଫେବୃୟାରୀରେ ୧୦୫୫.୨୭ କୋଟି ଟଙ୍କା ମିଳିଛି। ଅଧିକରୁ ଅଧିକ ଟିକସଦାତାଙ୍କୁ ଜିଏସ୍‌ଟି ପରିସରଭୁକ୍ତ କରିବା ପାଇଁ ଜିଏସ୍‌ଟି କମିଶନରେଟ୍‌ ତରଫରୁ ପ୍ରୟାସ ଜାରି ରହିଛି। ଚଳିତ ଆର୍ଥିକ ବର୍ଷ ଫେବୃୟାରୀ ସୁଦ୍ଧା ୪୬୦୯୦ ଜଣ ଟିକସଦାତା ଜିଏସ୍‌ଟି ପରିସରଭୁକ୍ତ ହୋଇଛନ୍ତି। ଏହି ସମୟ ମଧ୍ୟରେ ଇ-ୱେବିଲ୍‌ ନିର୍ଗମନ କ୍ଷେତ୍ରରେ ମଧ୍ୟ ୨୦.୭୨ ପ୍ରତିଶତ ଅଭିବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri