କାର୍‌ ସହ ୪୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୪ା୧୦: ଗଞ୍ଜାମ ଜିଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ଚୋରା ଚାଲାଣ ହୋଇଥାଏ। ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଅବକାରୀ ଗୁଇନ୍ଦା ବିଭାଗ (ଦକ୍ଷିଣାଞ୍ଚଳ) ଡେପୁଟି କମିଶନର ଅଶୋକ କୁମାର ଶତପଥୀଙ୍କ ନିର୍ଦ୍ଦେଶରେ ଅବକାରୀ ଗୁଇନ୍ଦା ଟିମ୍‌ ରବିବାର ବିଳମ୍ବିତ ରାତିରେ ଦୁର୍ଗାପ୍ରସାଦରେ ବ୍ଲକିଂ ଓ ଚେକିଂ କରୁଥିଲା। ସେଠାରୁ ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। କାର୍‌ ଭିତରୁ ଦୁଇଟି ଜରି ବସ୍ତାରେ ରହିଥିବା ୪୦ କେଜି ଗଞ୍ଜେଇ ମଧ୍ୟ ଜବତ କରାଯାଇଛି। ଜଣେ ଚାଲାଣକାରୀଙ୍କ ସମେତ ୩ ଯୁବକଙ୍କୁ ଅବକାରୀ ପୋଲିସ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମର ଦିଲୀପ ଦୀଘାଲ ( ୩୪), ପନାଲ ଦୀଘାଲ (୨୫) ଓ ଆକାଶ ଦୀଘାଲ (୨୭)। ଦିଲୀପ ଗଞ୍ଜେଇ ଚାଲାଣକାରୀ ତଥା ଉକ୍ତ କାର୍‌ ମାଲିକ ବୋଲି ପୋଲିସ ସ୍ପଷ୍ଟ କରିଛି। ସେ ଉକ୍ତ ଗଞ୍ଜେଇ ବେଆଇନ ଭାବେ ବାଲିଗୁଡ଼ା ଅଞ୍ଚଳରୁ ଆଣି ଦୁର୍ଗାପ୍ରସାଦ ଦେଇ ଭୁବନେଶ୍ୱର ଚାଲାଣ କରିଥାନ୍ତେ ବୋଲି ପୋଲିସ ଜେରା ବେଳେ ଜାଣିବାକୁ ପାଇଛି।

ଏ ସଂକ୍ରାନ୍ତରେ ପୋଲିସ ୭୪୭/୨୨-୩ ରେ ଏକ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଶତପଥୀ ସୂଚନା ଦେଇଛନ୍ତି। ଜବତ କାର୍‌ ଓ ଗଞ୍ଜେଇର ମୂଲ୍ୟ ଆନୁମାନିକ ୧୯ ଲକ୍ଷ ଟଙ୍କା ହେବ ବୋଲି ମଧ୍ୟ ସେ କହିଛନ୍ତି। ଚଢ଼ାଉରେ ଅବକାରୀ ଗୁଇନ୍ଦା ଡେପୁଟି ସୁପରିଟେଣ୍ଡେଣ୍ଟ କୁବେର ସେଠୀ, ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏସ୍‌ଆଇ ସୁଦର୍ଶନ ବିଷୋୟୀ, ବ୍ରଜ ବିହାରୀ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ସରକାରୀ ମେଡିକାଲ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri