୪୦ ଲକ୍ଷ ଟଙ୍କାର ମୁଣ୍ଡଜାମିନ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ,୬ା୪: ଝାରସୁଗୁଡ଼ାରେ ନାବାଳକ ଅପହରଣ ଓ ଟଙ୍କା ପାଇଁ ନାବାଳକ ହତ୍ୟା ଘଟଣା ମନରୁ ନ ଲିଭିବା ପୂର୍ବରୁ ଏବେ ବାଲେଶ୍ୱର ଜିଲା ଚନ୍ଦନେଶ୍ୱର ନିକଟରୁ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣା ବେଶ୍‌ ଆଲୋଡନ ସୃଷ୍ଟି କରିଛି। ଏସ୍‌ପିଙ୍କ ନିର୍ଦ୍ଦେଶରେ ଅପହରଣ ଅଭିଯୋଗର ଦିନକ ମଧ୍ୟରେ ତାଳସାରି ସାମୁଦ୍ରିକ ଥାନା ଅଧିକାରୀ ଅଭିଯୁକ୍ତଙ୍କୁ ବାଲେଶ୍ୱରର ଏକ ହୋଟେଲ ନିକଟରୁ କାବୁ କରିଛନ୍ତି।

ମିଳିଥିବା ସୂଚନାନୁସାରେ, ଶିବାନନ୍ଦ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କୁ ଏକ କାର୍‌ରେ ଅପହରଣ କରି ୪୦ଲକ୍ଷ ଟଙ୍କା ତାଙ୍କ ସ୍ତ୍ରୀଙ୍କୁ ଦେବା ପାଇଁ କୁହାଯାଇଥିଲା। ଶିବାନନ୍ଦଙ୍କ ସ୍ତ୍ରୀ ଖବର ପାଇ ତାଳସାରି ଥାନାରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଆଧାର କରି ଏସ୍‌ପି ସାଗରିକା ନାଥ ତୁରନ୍ତ ଅପହରଣକାରୀଙ୍କୁ ଗିରଫ ପାଇଁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ତାଳସାରି ଥାନା ଅଧିକାରୀ ଚମ୍ପାବତୀ ସୋରେନ ଅଭିଯୁକ୍ତଙ୍କ ମୋବାଇଲ ନମ୍ବର ଟ୍ରାକ୍‌ କରି ସହଦେବ ଖୁଣ୍ଟା ଥାନା ଅଧିକାରୀଙ୍କ ସହଯୋଗରେ ବାଲେଶ୍ୱର ଷ୍ଟେଶନ ଛକ ନିକଟସ୍ଥ ଏକ ହୋଟେଲରୁ ଅଭିଯୁକ୍ତଙ୍କୁ ଗିରଫ କରିଛି ଓ ଅପହୃତ ଯୁବକଙ୍କୁ ଉଦ୍ଧାର କରିଛି। ବୁଧବାର ବିଳମ୍ବିତ ରାତିରେ ତାଳସାରି ଥାନାରେ ଅଭିଯୁକ୍ତକୁ ପଚରାଉଚରା କରାଯାଇ ତଦନ୍ତ ଚାଲୁ ରହିଛି। ଏହି ଘଟଣାରେ ପୋଲିସ କେସ୍‌ ନଂ ୩୨/୨୩ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ନିମନ୍ତେ ପ୍ରସ୍ତୁତି ଚଳାଇ ଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ବାଲେଶ୍ୱର ଅଞ୍ଚଳର ଯୁବକ ବସ୍ତା ଅଞ୍ଚଳର ଶିବାନନ୍ଦ ପାତ୍ରକୁ ଅପହରଣ କଲେ ତାହା ସ୍ପଷ୍ଟ ଜଣାପଡ଼ିନାହିଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri