୪୦ ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ୨ଲକ୍ଷ ଟିକାକରଣ ଳକ୍ଷ୍ୟ ରଖାଯାଇଛି। ଟିକା ଅଭାବ ସତ୍ତ୍ୱେ ସବୁବର୍ଗର ଟିକାକରଣରେ ଓଡ଼ିଶା ଜାତୀୟ ହାର ତୁଳନାରେ ଆଗରେ ରହିଛି। ଏବେ ରାଜ୍ୟର ଟିକାକରଣ ୪୦ଲକ୍ଷ ଟପିଛି। ଶୁକ୍ରବାର ୧,୯୮,୫୮୮ଜଣଙ୍କୁ ଟିକା ଦିଆଯାଇଥିବାବେଳେ ମୋଟ ୪୧,୮୩,୪୬୬ ଟିକାକରଣ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫,୮୧,୨୯୧ ଟିକା ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯାଇଥିବାବେଳେ ୩,୩୮,୪୦୫ ସମ୍ମୁଖ ଯୋଦ୍ଧା, ୧୨,୫୪,୯୯୯ ଟିକା ୪୫ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଓ ୨୦,୦୮,୭୭୧ ଟିକା ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି ନେଇଛନ୍ତି। ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟରେ ଟିକାକରଣକୁ ଆହୁରି ବ୍ୟାପକ କରିବାକୁ ଲକ୍ଷ୍ୟ ରଖାଯାଇଛି। ତେଣୁ ଯଥାଶୀଘ୍ର ଟିକା ଯୋଗାଇବାକୁ ପୁଣି କେନ୍ଦ୍ରକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର।
ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି ଟିକା ଯୋଗାଇବାକୁ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି, ରାଜ୍ୟରେ ଟିକାରକଣ ସଫଳ ହୋଇଛି। ଆମେ ଦୈନିକ ୩ଲକ୍ଷ ଟିକା ଦେବା ପାଇଁ ଯୋଜନା କରୁଛୁ। କିନ୍ତୁ ଦୁର୍ଭାଗ୍ୟର ବିଷୟ ଟିକା ଯୋଗାଣା କମ୍‌ ରହୁଥିବାରୁ ଦୁଇ ତୃତୀୟାଂଶ ଟିକାକରଣ କେନ୍ଦ୍ର ବନ୍ଦ କରିସାରିଲୁଣି। କେତେକ ଜିଲାରେ ଏବେ ଟିକା ନ ଥିବାରୁ ଟିକାକରଣ କାର୍ଯ୍ୟକ୍ରମ ପୂରା ବନ୍ଦ ହୋଇଯାଇଛି। ଏହି ଅଭିଯୋଗ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ଫଳପ୍ରଦ ହେଉନାହିଁ। ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଟିକା ଉତ୍ସବ ହେବ ବୋଲି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ବେଳେ କହିଛନ୍ତି। ତେଣୁ ଅତିକମ୍‌ରେ ୨୫ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ପଠାଯାଉ। ଟିକା ଆସିଲେ ଆମେ ‘ଟିକା ଉତ୍ସବ’ ସଫଳ କରିପାରିବୁ ଏବଂ ରାଜ୍ୟରେ ଟିକାରକଣ କାର୍ଯ୍ୟକ୍ରମରେ ମଧ୍ୟ ଉନ୍ନତି ଆସିବ ବୋଲି ପ୍ରଦୀପ୍ତ ମହାପାତ୍ର କହିଛନ୍ତି।
ରାଜ୍ୟରେ ୧୪୦୦ ଟିକାକରଣ କେନ୍ଦ୍ର ହୋଇଥିଲା। କିନ୍ତୁ ଟିକା ଅଭାବ ଯୋଗୁ ୭୦୦ରୁ ଊର୍ଦ୍ଧ୍ୱ କେନ୍ଦ୍ର ବନ୍ଦ ହୋଇଯାଇଛି। ଏପରି କି ସୋନପୁର ଓ କୋରାପୁଟ ଜିଲାରେ ଗୁରୁବାର ଟିକାକରଣ ପୂରା ବନ୍ଦ ହୋଇଯାଇଥିଲା। କିନ୍ତୁ ଶୁକ୍ରବାର ସବୁ ଜିଲାକୁ ଟିକା ଯୋଗାଣ ପରେ ଟିକାକରଣ ହୋଇଥିବା ଜଣାପଡ଼ିଛି। ସେପଟେ ଶନିବାର ଆଉ ୨ ଲକ୍ଷ ୫୦ହଜାର ଡୋଜ୍‌ କୋଭିଶିଲ୍ଡ ଟିକା ଆସିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri