ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳରୁ ସର୍ବାଧିକ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧, ଗଜପତିରୁ ୨, ଯାଜପୁରରୁ ୨, ଝାରସୁଗୁଡାରୁ ୨, ଖୋର୍ଦ୍ଧାରୁ ୩, ମୟୁରଭଞ୍ଜରୁ ୩ ଏବଂ ସମ୍ବଲପୁରରୁ ୫ ଆକ୍ରାନ୍ତ ରହିଛନ୍ତି।