Posted inଜାତୀୟ

୪୦% ମୁଖ୍ୟମନ୍ତ୍ରୀଙ୍କ ନାଁରେ ଆପରାଧିକ ମାମଲା: ଜାଣନ୍ତୁ କିଏ ଅଛନ୍ତି ଆଗରେ

ନୂଆଦିଲ୍ଲୀ,୨୩ା୮:ଦେଶର ୪୦ ପ୍ରତିଶତ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବାବେଳେ ୩୩% ମୁଖ୍ୟମନ୍ତ୍ରୀ ସେମାନଙ୍କ ନାଁରେ ହତ୍ୟା ଉଦ୍ୟମ ଭଳି ଗମ୍ଭୀର ମାମଲା ରହିଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଏନ୍‌ଜିଓ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି। ୩୦ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ ୧୨ ଜଣ ଅର୍ଥାତ୍‌ ୪୦ ପ୍ରତିଶତ ସେମାନଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ନେଇ ଘୋଷଣା କରିଛନ୍ତି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କ ନାମରେ ସର୍ବାଧିକ ୮୯ ମାମଲା ବିଚାରାଧୀନ ରହିଛି। ତାଙ୍କ ପରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ବିରୋଧରେ ୪୭ ମାମଲା ରହିଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ୧୯, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ୧୩ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ନିଜ ବିରୋଧରେ ୫ ମାମଲା ରହିଥିବା ଘୋଷଣା କରିଛନ୍ତି। ମହାରାଷ୍ଟ୍ରର ଦେବେନ୍ଦ୍ର ଫଡ୍‌ନବିସ ଓ ହିମାଚଳ ପ୍ରଦେଶର ସୁଖବୀନ୍ଦର ସିଂ ସୁଖୁଙ୍କ ବିରୋଧରେ ୪ଟି ଲେଖାଏ ମାମଲା ରହିଥିବାବେଳେ କେରଳର ପି. ବିଜୟନଙ୍କ ନଁାରେ ୨ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କ ବିରୋଧରେ ଗୋଟିଏ ମାମଲା ରହିଛି। ସଙ୍ଗିନ ମାମଲାରେ ୩୦ ଦିନ ପାଇଁ ଗିରଫ ହେଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ପଦରୁ ହଟାଇବା ନେଇ କେନ୍ଦ୍ର ସରକାର ଆଣିଥିବା ୩ ବିଲ୍‌ ସଂସଦରେ ପାରିତ ହେବା ପରେ ଏଡିଆର୍‌ ପକ୍ଷରୁ ଉପରୋକ୍ତ ରିପୋର୍ଟ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?