୪୦ ପଇସା କମିଲା ତୈଳ ଦର

ଭୁବନେଶ୍ୱର,୧।୧୧: ଚଳିତ ବର୍ଷ ଏପ୍ରିଲ ୭ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସାରା ଦେଶରେ ତୈଳ ଦର ଅପରିବର୍ତ୍ତିିତ ରହିଛି। ତେବେ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ ସୋମବାର ମଧ୍ୟରାତ୍ରରୁ ସାରା ଦେଶରେ ତୈଳ ଦର ୪୦ ପଇସା କମିଥିବା ବେଳେ ନୂଆ ଦର ମଙ୍ଗଳବାରଠାରୁ ଲାଗୁ ହେବ ବୋଲି ଜଣାପଡ଼ିଛି। ଗତ କିଛି ଦିନ ହେଲା ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ତେଲ ଦର ହ୍ରାସ ପାଉଥିବାରୁ ତୈଳ ବଜାରରେ ବିକ୍ରି ପରିମାଣ ମଧ୍ୟ ସେହି ଅନୁପାତରେ ବୃଦ୍ଧି ପାଉଛି। ଏହାର ପ୍ରଭାବ ଆମଦାନୀକାରୀ ରାଷ୍ଟ୍ର ଉପରେ ମଧ୍ୟ ପଡ଼ିଥିବା ଦେଖାଦେଇଛି। ଏପରିକି ଭାରତୀୟ ତୈଳ ବଜାରରେ ମଧ୍ୟ ଅନ୍ତଃରାଷ୍ଟ୍ରୀୟ ତୈଳ ମୂଲ୍ୟ ହ୍ରାସର ପ୍ରଭାବ ଦେଖାଦେଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀଗୁଡ଼ିକର ସୂଚନା ଅନୁଯାୟୀ ସୋମବାର ମଧ୍ୟରାତ୍ରରେ ତୈଳ ଦର ହ୍ରାସ ନେଇ ନିଷ୍ପତ୍ତି ନିଆଯାଇଛି। ଦେଶର ପ୍ରମୁଖ ମେଟ୍ରୋ ସହର ନୂଆଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଏବଂ କୋଲକାତାରେ ସୋମବାର ପେଟ୍ରୋଲ ଦର ଯଥାକ୍ରମେ ୯୬.୭୨ ଟଙ୍କା, ୧୧୧.୩୫ ଟଙ୍କା, ୧୦୨.୬୩ ଟଙ୍କା ଏବଂ ୧୦୬.୦୩ ଟଙ୍କା ରହିଥିଲା। ସେହିଭଳି ଉପରୋକ୍ତ ସହରଗୁଡିକରେ ଡିଜେଲ ଦର ମଧ୍ୟ ଯଥାକ୍ରମେ ୮୯.୬୨ ଟଙ୍କା, ୯୭.୨୮ ଟଙ୍କା, ୯୪.୨୪ ଟଙ୍କା ଏବଂ ୯୨.୭୬ ଟଙ୍କା ରହିଥିଲା। ସେହିପରି ଭୁବନେଶ୍ୱରରେ ମଧ୍ୟ ସୋମବାର ପେଟ୍ରୋଲ ଲିଟର ପିଛା ୧୦୩.୧୯ ଟଙ୍କା ଏବଂ ଡିଜେଲ ମୂଲ୍ୟ ୯୪.୭୬ ଟଙ୍କାରେ ବିକ୍ରି ହେଉଛି ବୋଲି ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ ଯେ ଦେଶର ପ୍ରମୁଖ ତୈଳ କମ୍ପାନୀଗୁଡିକ ପକ୍ଷରୁ ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଓ ଡିଜେଲ ନୂଆ ଦର ପ୍ରକାଶ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri