ଷ୍ଟାର୍ଟଅପ୍‌ରେ ୪୦% ମହିଳା ଉଦ୍ୟମୀ

ଭୁବନେଶ୍ୱର:  ଭାରତୀୟ ଷ୍ଟାର୍ଟଅପ୍‌ ବ୍ୟବସ୍ଥାରେ ଓଡ଼ିଶା ଷ୍ଟାର୍ଟଅପ୍‌ଗୁଡିକର ସ୍ଥାନ ତୃତୀୟ। ରାଜ୍ୟରେ ବର୍ତ୍ତମାନ ୧୦୩୪ ଷ୍ଟାର୍ଟଅପ୍‌ ରହିଥିବା ବେଳେ ସେଥିମଧ୍ୟରୁ ୪୦% ଭାଗ ମହିଳା ଉଦ୍ୟମୀ ବୋଲି ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ସିଆଇଆଇ ଷ୍ଟାର୍ଟଅପ୍‌ ଗୁରୁକୁଳର ୪ ଦିନିଆ କର୍ମଶାଳାରେ ଅତିଥି ଭାବେ ଯୋଗଦେଇ ସାହୁ ରାଜ୍ୟ ସରକାରଙ୍କ ଷ୍ଟାର୍ଟଅପ୍‌ ତନ୍ତ୍ର ଉପରେ ‘ଓ’ ହବ୍‌ ଉପରେ ଗୁରୁତ୍ୱାରୋପ କରିଥିଲେ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁବ୍ରତୋ ବାଗ୍‌ଚୀ ଷ୍ଟାର୍ଟଅପ୍‌ଗୁଡିକ ଓଡ଼ିଶାରେ ସମ୍ମୁଖୀନ ହେଉଥିବା ସମସ୍ୟା, ବିକ୍ରୟ କ୍ଷମତା, ସମ୍ପ୍ରସାରଣ ଏବଂ ପ୍ରଶାସନିକ ସମସ୍ୟା ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ମନୀଷ ଖରବନ୍ଦା ନବସୃଜନ ଏକ ସଂସ୍କୃତି ବୋଲି କହିଥିଲେ। ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ଉପାଧ୍ୟକ୍ଷ ତଥା ନାଲ୍‌କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର କହିଥିଲେ, ଆମେ କାହାଠାରୁ କମ୍‌ ନୁହେଁ, ଆମେ ବି ଦିନେ ଶିଖର ଛୁଇଁବା। ଭାରତ ସରକାରଙ୍କ ଅଟଳ ନବସୃଜନ ମିଶନ, ନୀତି ଆୟୋଗର ମିଶନ ନିର୍ଦ୍ଦେଶକ ଡ.ଚିନ୍ତନ ବୈଷ୍ଣବ ଯେତେ ସମ୍ଭବ ନିର୍ଭରତା କମ୍‌ କରିବା ପାଇଁ କହିଥିଲେ। ଏଥିରେ ସିଆଇଆଇ ଓଡ଼ିଶା ନବସୃଜନ ପ୍ୟାନେଲ ସଂଯୋଜକ ଜୟଶ୍ରୀ ମହାନ୍ତି ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଷ୍ଟାର୍ଟଅପ୍‌ ଗୁରୁକୁଳ ଭର୍ଚୁଆଲ କାର୍ଯ୍ୟକ୍ରମରେ ୫୦ ଷ୍ଟାର୍ଟଅପ୍‌ ସେମାନଙ୍କ ଉତ୍ପାଦ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri