ଷ୍ଟାର୍ଟଅପ୍‌ରେ ୪୦% ମହିଳା ଉଦ୍ୟମୀ

ଭୁବନେଶ୍ୱର:  ଭାରତୀୟ ଷ୍ଟାର୍ଟଅପ୍‌ ବ୍ୟବସ୍ଥାରେ ଓଡ଼ିଶା ଷ୍ଟାର୍ଟଅପ୍‌ଗୁଡିକର ସ୍ଥାନ ତୃତୀୟ। ରାଜ୍ୟରେ ବର୍ତ୍ତମାନ ୧୦୩୪ ଷ୍ଟାର୍ଟଅପ୍‌ ରହିଥିବା ବେଳେ ସେଥିମଧ୍ୟରୁ ୪୦% ଭାଗ ମହିଳା ଉଦ୍ୟମୀ ବୋଲି ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ସିଆଇଆଇ ଷ୍ଟାର୍ଟଅପ୍‌ ଗୁରୁକୁଳର ୪ ଦିନିଆ କର୍ମଶାଳାରେ ଅତିଥି ଭାବେ ଯୋଗଦେଇ ସାହୁ ରାଜ୍ୟ ସରକାରଙ୍କ ଷ୍ଟାର୍ଟଅପ୍‌ ତନ୍ତ୍ର ଉପରେ ‘ଓ’ ହବ୍‌ ଉପରେ ଗୁରୁତ୍ୱାରୋପ କରିଥିଲେ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁବ୍ରତୋ ବାଗ୍‌ଚୀ ଷ୍ଟାର୍ଟଅପ୍‌ଗୁଡିକ ଓଡ଼ିଶାରେ ସମ୍ମୁଖୀନ ହେଉଥିବା ସମସ୍ୟା, ବିକ୍ରୟ କ୍ଷମତା, ସମ୍ପ୍ରସାରଣ ଏବଂ ପ୍ରଶାସନିକ ସମସ୍ୟା ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ମନୀଷ ଖରବନ୍ଦା ନବସୃଜନ ଏକ ସଂସ୍କୃତି ବୋଲି କହିଥିଲେ। ସିଆଇଆଇ ଓଡ଼ିଶା ରାଜ୍ୟ ପରିଷଦର ଉପାଧ୍ୟକ୍ଷ ତଥା ନାଲ୍‌କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର କହିଥିଲେ, ଆମେ କାହାଠାରୁ କମ୍‌ ନୁହେଁ, ଆମେ ବି ଦିନେ ଶିଖର ଛୁଇଁବା। ଭାରତ ସରକାରଙ୍କ ଅଟଳ ନବସୃଜନ ମିଶନ, ନୀତି ଆୟୋଗର ମିଶନ ନିର୍ଦ୍ଦେଶକ ଡ.ଚିନ୍ତନ ବୈଷ୍ଣବ ଯେତେ ସମ୍ଭବ ନିର୍ଭରତା କମ୍‌ କରିବା ପାଇଁ କହିଥିଲେ। ଏଥିରେ ସିଆଇଆଇ ଓଡ଼ିଶା ନବସୃଜନ ପ୍ୟାନେଲ ସଂଯୋଜକ ଜୟଶ୍ରୀ ମହାନ୍ତି ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଷ୍ଟାର୍ଟଅପ୍‌ ଗୁରୁକୁଳ ଭର୍ଚୁଆଲ କାର୍ଯ୍ୟକ୍ରମରେ ୫୦ ଷ୍ଟାର୍ଟଅପ୍‌ ସେମାନଙ୍କ ଉତ୍ପାଦ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri