‘୪୦ ପ୍ରତିଶତ ନିଆଁ ଜଙ୍ଗଲ ବାହାରେ ଲାଗିଛି’

କୋରାପୁଟ, ୩ା୩(ସ୍ବ.ପ୍ର.): କୋରାପୁଟଠାରେ ବନ ବିଭାଗ ଓ କୋଟସ୍‌ର ମିଳିତ ଆନୁକୂଲ୍ୟରେ ଗୁରୁବାର ଜଙ୍ଗଲ ନିଆଁ ଲିଭାଇବା ନେଇ ଜିଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଅବଦାଲ ଏମ୍‌. ଅଖତାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷାକରିବା ଉପରେ ଗୁରୁତ୍ୱରୋପ କରି ଏ ଦିଗରେ ବନ ବିଭାଗ କର୍ମଚାରୀଙ୍କ ସହ ସମ୍ପୃକ୍ତ ଅଞ୍ଚଳବାସୀ ସମନ୍ବୟ ରଖି ଜଙ୍ଗଲରେ ନିଆଁ ଲିଭାଇବାକୁ ଚେଷ୍ଟା କରିବା ଦରକାର ବୋଲି କହିଥିଲେ। ଏନେଇ ସ୍ଥାନୀୟ ଗ୍ରାମବାସୀଙ୍କୁ ଅଧିକ ସଚେତନ କରିବାର ଆବଶ୍ୟକତା ରହିଛି। ବିଭିନ୍ନ ବନାଞ୍ଚଳରେ ଏବେ ଏ ସମ୍ପର୍କରେ ଗ୍ରାମବାସୀଙ୍କୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି ବୋଲି ଡିଏଫ୍‌ଓ ଅମିତା ରାଣୀ କହିଥିଲେ। ବତ୍ତର୍ର୍ମାନ ଜଙ୍ଗଲରେ ଲାଗୁଥିବା ନିଆଁ ମଧ୍ୟରୁ ୬୦ ପ୍ରତିଶତ ନିଆଁ ଜଙ୍ଗଲରେ ଲାଗୁଥିବାବେଳେ ୪୦ ପ୍ରତିଶତ ନିଆଁ ଜଙ୍ଗଲ ବାହାରେ ଲାଗୁଛି। ବନ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ରହିଛି। ୨୦୨୨ରେ ୧୦୫୪ ଫାୟାର ପଏଣ୍ଟ ରହିଥିଲା ବୋଲି ସେ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ସିଏଫ୍‌ଓ ରମେଶ ଚନ୍ଦ୍ର ମାଝି, ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝି, କୋଟସ୍‌ର ନିର୍ଦ୍ଦେଶକ ପି.ସି.ମହାପାତ୍ର, ଅତିରିକ୍ତ ଏସ୍‌ପି ଉତ୍କଳ କିଶୋର ଦାସ, ଜିଲା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଅରୁଣ ଦାସଙ୍କ ସମେତ ବିଭାଗର ସ୍ବତନ୍ତ୍ର ଫାୟାର ସ୍କ୍ବାଡ୍‌ର ସଦସ୍ୟମାନେ ଉପସ୍ଥିତ ଥିଲେ। ଏହି ଅବସରରେ ବନ ବିଭାଗ ପକ୍ଷରୁ ଜଙ୍ଗଲରେ ନିଆଁକୁ କିପରି ଆୟତ୍ତ ଓ ଲିଭାଯାଇପାରିବ ସେନେଇ ବିଭିନ୍ନ କୌଶଳ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri