Posted inUncategorized

ସୁରକ୍ଷାରେ ୪୦ ପ୍ଲାଟୁନ୍‌ ଫୋର୍ସ

ପୁରୀ ଅଫିସ,୧୩।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଓ ଶରଧାବାଲି କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶନିବାର ପୁରୀ ସର୍କିଟ ହାଉସ୍‌ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରିଥିଲେ। ହେଲିପ୍ୟାଡ୍‌, ଶ୍ରୀମନ୍ଦିର, ରାଜଭବନ ଏବଂ ଶରଧାବାଲିକୁ ସଂଯୋଗ କରୁଥିବା ରାସ୍ତା ଯାଞ୍ଚ ଓ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍‌ସେବା, ପରିମଳ, ଡାକ୍ତରୀ ଦଳ ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଆତିଥେୟତା ଆଦି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି। ଗସ୍ତ ସମୟରେ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ଓ ଦୁଇଶହ ଅଧିକାରୀ ମୁତୟନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାପାଳ ବର୍ମା ଅଧିକାରୀମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିଛନ୍ତି।
ଜିଲାପାଳ କହିଛନ୍ତି, ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା ହୋଇଛି। ରାଷ୍ଟ୍ରପତିଙ୍କର ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାରୁ କିଭଳି ବିଭାଗୀୟ ସହଯୋଗିତାରେ ସୁରୁଖୁରୁରେ କାର୍ଯ୍ୟ ହୋଇପାରିବ ତାହା ମୁଖ୍ୟ ଆଲୋଚ୍ୟ ପ୍ରସଙ୍ଗ ଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ଦିନ ଯଥାସମ୍ଭବ ସର୍ବନିମ୍ନ ସମୟ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଅନ୍ୟ ସମୟରେ ଶ୍ରଦ୍ଧାଳୁ ଯେପରି ସୁରୁଖୁରୁରେ ଦର୍ଶନ କରିପାରିବେ ସେନେଇ ବ୍ୟବସ୍ଥା ହେବ ବୋଲି ଜିଲାପାଳ କହିଛନ୍ତି। ସେହିପରି ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ସୁରକ୍ଷାରେ କୌଣସି ପ୍ରକାର ସମସ୍ୟା ରହିବ ନାହିଁ। ପୋଲିସ ପ୍ରଶାସନ ଏ ନେଇ ଗୁରୁତ୍ୱର ସହ ଦୃଷ୍ଟି ଦେଉଛି। ପ୍ରୋଟୋକଲ୍‌ ଅନୁଯାୟୀ ସମସ୍ତ ପ୍ରସ୍ତୁତି କରାଯିବ। ସେହିଦିନ ପୁରୀ ସଦରରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଥିବାବେଳେ ରାଷ୍ଟ୍ରପତିଙ୍କ ଗସ୍ତ ମଧ୍ୟ ରହିଛି। ତେବେ ଏଥିପାଇଁ ପୋଲିସ ପ୍ରଶାସନ ପ୍ରସ୍ତୁତ ରହିଛି ବୋଲି ଏସ୍‌ପି ପ୍ରକାଶ କରିଛନ୍ତି। ଗୌଡୀୟ ମଠର ସହକାରୀ ସମ୍ପାଦକ ସୁଦ୍ଧାଦ୍ୱେତି ମହାରାଜ କହିଛନ୍ତି, ବୈଠକରେ ପ୍ରଶାସନିକ ପ୍ରସ୍ତୁତି ସମ୍ପର୍କରେ ମଠ କର୍ତ୍ତୃପକ୍ଷଙ୍କୁ ଅବଗତ କରାଗଲା। ମଠକୁ ଆସିବା ପରେ ରାଷ୍ଟ୍ରପତିଙ୍କୁ କିଭଳି ସ୍ବାଗତ କରାଯିବ, ସେଠାକାର କାର୍ଯ୍ୟକ୍ରମ ଓ ଶରଧାବାଲି କାର୍ଯ୍ୟକ୍ରମ ପରିଚାଳନା ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଶାସନ ମଠର ସାଧୁସନ୍ଥଙ୍କ ପାଇଁ ସ୍ବତନ୍ତ୍ର ପରିଚୟପତ୍ର ବ୍ୟବସ୍ଥା କରିବ। ପରିଚୟପତ୍ର ଥିବା ମଠର ସାଧୁସନ୍ଥମାନେ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପ୍ରଶାସନ ଜଣାଇଛି। ବୈଠକରେ ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସୁଭାଷ ଚନ୍ଦ୍ର ନାଥଶର୍ମା, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଜାତା ମିଶ୍ର, ଆଞ୍ଚଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇ ଏବଂ ଚୈତନ୍ୟ ଗୌଡୀୟ ମଠର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri