Posted inଜାତୀୟ

ଭଙ୍ଗାଯିବ ୪୦ ମହଲା କୋଠା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୋଏଡା,୩୧।୮: ଏକ ୪୦ ମହଲା କୋଠା ଭଙ୍ଗାଯିବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ରିୟଲ ଇଷ୍ଟେଟ୍‌ କମ୍ପାନୀ ସୁପରଟେକ୍‌ ଦ୍ୱାରା ନିର୍ମାଣ କରାଯାଇଥିବା ଏହି କୋଠାକୁ ଶୀଘ୍ର ମାଟିରେ ମିଶାଇବାକୁ କୋର୍ଟ କହିଛନ୍ତି। ସମ୍ପୃକ୍ତ କମ୍ପାନୀ ଏବଂ ଉତ୍ତରପ୍ରଦେଶର କେତେକ ସରକାରୀ ଅଧିକାରୀ ଜାଣିଶୁଣି ଏଭଳି ବେଆଇନ ନିର୍ମାଣ କରିଥିବାରୁ କୋର୍ଟ କ୍ଷୋଭ ପ୍ରକାଶ କରିଛନ୍ତି। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଏମ୍‌.ଆର୍‌. ଶାହାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବାସିକ ପ୍ରକଳ୍ପ ଭଙ୍ଗାଯିବା ଯୋଗୁ ବାସଗୃହ ହରାଉଥିବା ଲୋକଙ୍କୁ ସମ୍ପୃକ୍ତ କମ୍ପାନୀ ପକ୍ଷରୁ କ୍ଷତିପୂରଣ ସହିତ ସେମାନଙ୍କର ଟଙ୍କା ଫେରାଇବାକୁ ଶୀର୍ଷ କୋର୍ଟଙ୍କ ପକ୍ଷରୁ ଆଦେଶ ପ୍ରଦାନ କରାଯାଇଛି। ଲୋକଙ୍କୁ ଆସନ୍ତା ୨ ମାସ ମଧ୍ୟରେ ସେମାନଙ୍କର ଟଙ୍କା ୧୨ ପ୍ରତିଶତ ସୁଧ ସହିତ ଫେରସ୍ତ କରିବାକୁ କୋର୍ଟ କହିଛନ୍ତି। ଏହି ଟୁଇନ୍‌ ଟାଓ୍ବାରର ଭଙ୍ଗାଯିବା ଖର୍ଚ୍ଚ ମଧ୍ୟ କମ୍ପାନୀକୁ ବହନ କରିବାକୁ ପଡ଼ିବ ବୋଲି ଖଣ୍ଡପୀଠ ଆଦେଶ ଦେଇଛନ୍ତି।

ଟାଓ୍ବାର ଭଙ୍ଗା କାର୍ଯ୍ୟ ୩ ମାସ ମଧ୍ୟରେ ଶେଷ କରିବାକୁ କୋର୍ଟ କହିଛନ୍ତି। ଭଙ୍ଗାଯିବା ସମୟରେ ଆଖପାଖରେ ଥିବା କୋଠାକୁ ଯେପରି କୌଣସି କ୍ଷତି ନ ପହଞ୍ଚେ ସେ ନେଇ କୋର୍ଟ ତାଗିଦ୍‌ କରିଛନ୍ତି। ଟି-୧୬ ଏବଂ ଟି-୧୭ ନାମକ ଏହି ଦୁଇ ଟାଓ୍ବାରରେ ୪୦ ମହଲା ରହିଛି। ପ୍ରତି ଟାଓ୍ବାରର ଫ୍ଲାଟ ସଂଖ୍ୟା ୧ ହଜାର। ଦୁଇ ଟ୍ବାଓ୍ବାରରେ ମୋଟ ୨ ହଜାର ଫ୍ଳାଟ ରହିଛି। ୨୦୧୪ରେ ଏହାକୁ ଭାଙ୍ଗିବା ପାଇଁ ଆହ୍ଲାବାଦ ହାଇକୋର୍ଟ ପକ୍ଷରୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଥିଲା। ପରେ ସୁପରଟେକ୍‌ କର୍ତ୍ତୃପକ୍ଷ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri