Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ୪୦ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୩।୮(କୁଲଦୀପ ସିଂ): ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ସ୍କୁଲର ୪୦ ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ସକାଳେ ଛାତ୍ରୀଛାତ୍ରମାନେ ରାଷ୍ଟ୍ରପତି ଭବନ ଯାଇଥିଲେ। ମୟୂରଭଞ୍ଜର ୨ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତିଙ୍କୁ ୩ଟି ଉପହାର ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଛାତ୍ରୀଛାତ୍ରଙ୍କ ସହିତ ସେମାନଙ୍କ ପାଠପଢ଼ା ସମ୍ପର୍କରେ ଆଲୋଚନା କରିବା ସହିତ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଲାଗି ଆଶୀର୍ବାଦ କାମନା କରିଥିଲେ। ବଲାଙ୍ଗୀର ଜିଲାରୁ ୧୭ଜଣ ଛାତ୍ରୀଛାତ୍ର ରହିଥିବାବେଳେ ଅନ୍ୟମାନେ ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଏବଂ ଯାଜପୁର ଜିଲାର ଥିଲେ।
ସୂଚନାଯୋଗ୍ୟ, ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ଜାତୀୟ ଶିକ୍ଷା ସମାଜ (ଏନ୍‌ଇଏସ୍‌ଟିଏସ)ପକ୍ଷରୁ ଆୟୋଜିତ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମର ଏହା ହେଉଛି ଏକ ଅଂଶବିଶେଷ। ଏଥିରେ ୬ ରାଜ୍ୟର ୫ଶହ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଓଡ଼ିଶା, ରାଜସ୍ଥାନ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ ଓ ଛତିଶଗଡ଼ର ପିଲାମାନେ ଆମ୍ବେଡ୍‌କର ଇଣ୍ଟରନ୍ୟାଶନାଲ ସେଣ୍ଟରରେ ଆୟୋଜିତ ସମ୍ମିଳନୀରେ ସାମିଲ ହୋଇଥିଲେ। ଶିକ୍ଷା, କ୍ୟାରିୟର ଓ ସ୍କଲାରଶିପ୍‌ ସ୍କିମ୍‌ ସମ୍ପର୍କିତ ବିଷୟଗୁଡିକ ଉପରେ ଭାବର ଆଦାନ ପ୍ରଦାନ ଏବଂ ଅଭିଜ୍ଞତା ଶେୟାର କରିବା ପାଇଁ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ମଞ୍ଚ ଯୋଗାଇଦେବା ଏହାର ଉଦ୍ଦେଶ୍ୟ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri