ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇଛନ୍ତି ୪୦ ହଜାର ଶ୍ରମିକ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରୁ ୪୦୦୮୮ ଜଣ ଶ୍ରମିକ ବାହାର ରାଜ୍ୟ ତଥା ଦେଶକୁ ଦାଦନ ଖଟିବାକୁ ଯାଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଲିଖିତ ପ୍ରଶ୍ନରେ ବିଧାନସଭାରେ ଉତ୍ତର ଶ୍ରମ, ନିୟୋଜନ ଓ କର୍ମଚାରୀ ବିମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଏହି ସୂଚନା ଦେଇଛନ୍ତି। ଲାଇସେନ୍ସ ପ୍ରାପ୍ତ ୬୨୬ ଜଣ ଠିକାଦାର ଜରିଆରେ ଏହି ଶ୍ରମିକ ମାନେ ବାହାରକୁ ଯାଇଥିବା ମନ୍ତ୍ରୀ କହିଛନ୍ତି।
ରାଜ୍ୟରେ ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୨୬୧୫୧ ଜଣ ଦାଦନ ଖଟିବାକୁ ଯାଇଥିବା ବେଳେ ୯ଟି ଜିଲ୍ଲାରୁ କୌଣସି ବ୍ୟକ୍ତି ଦାଦନ ଖଟିବାକୁ ବାହାରକୁ ଯାଇନାହାନ୍ତି। ସେହିଭଳି ଦାଦନ ରୋକିବା ଦିଗରେ ସରକାର ଅନେକ ପଦକ୍ଷେପ ହାତକୁ ନେଇଥିବା ବିଭାଗୀୟ ମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ମାଧ୍ୟମରେ ପ୍ରବାସି ଶ୍ରମିକଙ୍କୁ ବିଭିନ୍ନ କର୍ମ ଯୋଗାଣକ୍ଷମ ଯୋଜନା ଏବଂ ସ୍ବ ରୋଜଗାର ଯୋଜନାରେ ଅର୍ନ୍ତଭୁକ୍ତ କରାଯାଉଅଛି। ଏହାବ୍ୟତୀତ ବଲାଙ୍ଗୀର, ବରଗଡ, କଳାହାଣ୍ଡି , ନୁଆପଡା ଜିଲାର ୨୦ ଗୋଟି ବ୍ଲକରେ ରାଜ୍ୟ ସରକାର ପ୍ରବାସି ଶ୍ରମିକଙ୍କ ନିମନ୍ତେ ଏକ ସ୍ବତନ୍ତ୍ର ସହାୟତା ପ୍ୟାକେଜ ଜାନୁଆରୀ ୨୦୨୦ରୁ କାର୍ଯ୍ୟକାରୀ ହେଉଛି। ଯେଉଁଥିରେ ମହତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟଦିବସକୁ ୩୦୦ ଦିନ ବୃଦ୍ଧି କରାଯିବା ସହ ଏହା ଅନ୍ତର୍ଗତ ଦିଆଯାଉଥିବା ମଜୁରୀକୁ ଓଡ଼ିଶାରେ ଅଣକୁଶଳୀଙ୍କ ମଜୁରୀ ସହ ସମାନ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri