ଘରୁ ନେଇଗଲେ ୪୦ ଭରି ସୁନା

ବ୍ରହ୍ମପୁର ଅଫିସ,୨ା୧: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡ଼ା ବ୍ରଜନଗର ତୃତୀୟ ଲାଇନ୍‌ରେ ରହୁଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକ ଦମ୍ପତିଙ୍କ ଘରୁ ଚୋରି ହୋଇଛି। ଚୋରମାନେ ୪୦ଭରି ସୁନାଗହଣା, ୧୫ ହଜାର ଟଙ୍କାର ରୁପା ସାମଗ୍ରୀ ଓ ୧୦ ହଜାର ନଗଦ ଟଙ୍କା ନେଇଯାଇଥିବା ଜଣାପଡ଼ିଛି।

ଲୋଚାପଡ଼ା ବ୍ରଜନଗରରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷକ ଦମ୍ପତି ହରିକୃଷ୍ଣ ପୃଷ୍ଟି ଓ ସ୍ତ୍ରୀ ପଦ୍ମିନୀ ଗତ କିଛିଦିନ ହେଲା ବାହାରେ ଥିବା ତାଙ୍କ ଝିଅ ଘରକୁ ଯାଇଥିଲେ। ଏଣୁ ଘରେ ତାଲା ଦିଆଯାଇଥିଲା। ରବିବାର ସକାଳେ କାମବାଲା ସଫା କରିବା ପାଇଁ ଆସିଥିଲେ। ଏହି ସମୟରେ ସେ ତାଲା ଭଙ୍ଗା ଯାଇଥିବା ଦେଖି ହରିକୃଷ୍ଣଙ୍କୁ ଜଣାଇଥିଲେ। ବାପାଙ୍କଠାରୁ ଖବର ପାଇ ଭୁବନେଶ୍ୱରରେ ରହୁଥିବା ପୁଅ ଡାକ୍ତର ଭେଙ୍କଟେଶ୍ୱର ପୃଷ୍ଟି ବ୍ରହ୍ମପୁରରେ ପହଞ୍ଚିଥିଲେ। ଯାଞ୍ଚ ପରେ ଘର ଭିତରେ ଜନିଷପତ୍ର ଫିଙ୍ଗା ଫୋପଡ଼ା ହୋଇଥିବା ବେଳେ ଆଲମିରା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ପୋଲିସକୁ ଖବର ଦେବା ପରେ ସଦର ଏସ୍‌ଡିପିଓ ଶିବଶଙ୍କର ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri