୪୦୦ ଡିଏଲ୍‌ ରଦ୍ଦ, ୭୭ ଗାଡ଼ି ଜବତ

କଟକ ଅଫିସ,୧୮ା୮: ରାଜ୍ୟ ରାଜପଥରେ ଅଗଷ୍ଟ ୧୬ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇଚକିଆ ଗାଡ଼ିରେ ହେଲ୍‌ମେଟ୍‌ ଯାଞ୍ଚର ସ୍ବତନ୍ତ୍ର ଡ୍ରାଇଭ ଜାରି ରହିଛି। ପ୍ରଥମ ଦିନରେ ୨୦୭୩ଟି ଚାଲାଣ କଟାଯାଇଥିବାବେଳେ ୪୦୦ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ରଦ୍ଦ ଓ ବିନା ଲାଇସେନ୍ସରେ ଚଳାଉଥିବା ୭୭ଟି ଗାଡ଼ିକୁ ଜବତ କରାଯାଇଛି। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଦ୍ୱାରା ବିଭିନ୍ନ ସ୍ଥାନରେ ଏହି ଯାଞ୍ଚ କରାଯାଇ ମୋଟ୍‌ ୪,୩୦,୪୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ପ୍ରେସ୍‌ ଇସ୍ତାହାରରେ ସୂଚନା ଦିଆଯାଇଛି। ପରିବହନ ଓ ସଡ଼କ ସୁରକ୍ଷାର ଯୁଗ୍ମ ଆୟୁକ୍ତ ସଞ୍ଜୟ ବିଶ୍ୱାଳ କହିଛନ୍ତି, ଗାଡି ଚାଳକଙ୍କ ମଧ୍ୟରେ ସଚେତନତା ଓ ସଡ଼କ ଦୁର୍ଘଟଣାକୁ ଏଡ଼ାଇବା ଏହି ଡ୍ରାଇଭର ମୁଖ୍ୟ ଲକ୍ଷ୍ୟ। ବିଶେଷକରି ରାଜପଥରେ ଦୁଇଚକିଆ ଗାଡ଼ି ବେଶି ମାତ୍ରାରେ ଦୁର୍ଘଟଣାଗ୍ରସ୍ତ ହେଉଛି। ବାରମ୍ବାର ଏଭଳି ଯାଞ୍ଚ ଫଳରେ ସ୍ଥିତିରେ ନିଶ୍ଚିତ ଭାବେ ସୁଧାର ଆସିପାରିବ। ନିରାପତ୍ତା ଦୃଷ୍ଟିରୁ ଦୁଇଚକିଆ ଗାଡି ଚାଳକ ଓ ଆରୋହୀଙ୍କୁ ଟ୍ରାଫିକ୍‌ ନିୟମ ମାନିବା ସହ ହେଲ୍‌ମେଟ୍‌ ପିନ୍ଧିବାକୁ ବିଶ୍ୱାଳ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, ୨୦୨୧ରେ ବିଭିନ୍ନ ସଡ଼କ ଦୁର୍ଘଟଣାରେ ୮୬୮ ଜଣ ଚାଳକ ଓ ୪୪୦ ଜଣ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅଧିକାଂଶ ହେଲ୍‌ମେଟ୍‌ ପିନ୍ଧି ନ ଥିବା କାରଣରୁ ମୃତ୍ୟୁ ଘଟିଥିବା ଜଣାପଡିଛି। ସେହିପରି ୧୨୮୦ ଜଣ ଗୁରୁତର ଓ ୭୪୭ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri