ପାଣି ପାଇଁ ହଇରାଣ ୪୦୦ ପରିବାର

କାକଟପୁର,୭।୫(ଡି.ଏନ୍‌.ଏ.): କାକଟପୁର ବ୍ଲକ ଅନ୍ତର୍ଗତ କୁରୁଜଙ୍ଗ ପଞ୍ଚାୟତ ଚାରିଗାଁରେ ପାନୀୟଜଳ ସଙ୍କଟ ସୃଷ୍ଟି ହୋଇଛି। କୁରୁଜଙ୍ଗ ପଞ୍ଚାୟତର ବାମରା, କୁରୁମ, ପାଟ୍ଟଶାଣୀପୁର ଓ ଆଢୁଆଳ ଗ୍ରାମକୁ ନେଇ ନାମିତ ଚାରିଗାଁରେ ଦୀର୍ଘବର୍ଷ ଧରି ପାନୀୟଜଳ ସମସ୍ୟା ଲାଗିରହିଛି। ଏହି ଗ୍ରାମଗୁଡ଼ିକରେ ଥିବା ସମସ୍ତ ନଳକୂପର ଜଳ ଲୌହ ଓ ଫ୍ଲୋରାଇଡ୍‌ଯୁକ୍ତ ହୋଇଥିବାରୁ ଏଠାରେ ରହୁଥିବା ପ୍ରାୟ ୪୦୦ ପରିବାର ପିଇବା ପାଣି ପାଇଁ ହଇରାଣ ହେଉଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମଗୁଡ଼ିକୁ ପିଇବା ପାଣି ଯୋଗାଇ ଦେବାକୁ ନିକଟସ୍ଥ ଓରେଇ ଗ୍ରାମରେ ପମ୍ପ ହାଉସ ନିର୍ମାଣ କରାଯାଇ ଓର଼େଇ ସମେତ ଚାରିଗାଁର ପ୍ରତ୍ୟେକ ଘରକୁ ପିଇବା ପାଣି ଯୋଗାଇ ଦେବାକୁ ପାଇପ ଲାଇନ୍‌ ବିଛାଯିବା ସହ ଷ୍ଟାଣ୍ଡପୋଷ୍ଟ ବସାଯାଇଥିଲା। ଫଳରେ ଲୋକେ ସକାଳେ ୩ ଘଣ୍ଟା ଏବଂ ଅପରାହ୍ନରେ ୨ଘଣ୍ଟା ପାଣି ପାଉଥିଲେ। କିନ୍ତୁ ପ୍ରାୟ ଶତାଧିକ ପରିବାର ନିଜ ଘର ଟାଙ୍କି ପାଇଁ ବେଆଇନ ଭାବେ ପାଇପଲାଇନରେ ମୋଟର ସଂଯୋଗ କରି ଅସାଧୁ ଉପାୟରେ ପାଣି ଚୋରି କରୁଛନ୍ତି। ଏଥିଯୋଗୁ ଶେଷ ମୁଣ୍ଡପର୍ଯ୍ୟନ୍ତ ପାଣି ପହଞ୍ଚି ପାରୁନାହିଁ। ଏ ନେଇ ଗ୍ରାମବାସୀ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ ଜଣାଇଥିଲେ। ସରପଞ୍ଚ ନିଗମାନନ୍ଦ ପରିଡ଼ାଙ୍କ ସମେତ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ତଦନ୍ତ କରିଥିଲେ। କେତେକ ପରିବାର ଅସାଧୁ ଉପାୟରେ ମୋଟର ଲଗାଇ ପାଣି ନେଉଥିବା ଜଣାପଡ଼ିଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ତେଣୁ ପାନୀୟଜଳ ସମସ୍ୟା ଦୂର ହୋଇନାହିଁ। ତୁରନ୍ତ ଟ୍ୟାଙ୍କରରେ ପାଣି ଯୋଗାଇବା ସହ ବୃହତ ପାଣି ଟାଙ୍କି ନିର୍ମାଣ କରିବାକୁ ଚାରିଗାଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?