ତାଲିବାନ୍‌ ଶାସନରେ ୪୦୦ ନାଗରିକଙ୍କୁ ହତ୍ୟା…

କାବୁଲ,୮।୩ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଆରମ୍ଭ ହେବାଠାରୁ ଇତିମଧ୍ୟରେ ୪୦୦ ନାଗରିକଙ୍କୁ ହତ୍ୟା କରାଯାଇଛି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ମୃତ ନାଗରିକଙ୍କ ମଧ୍ୟରୁ ୮୦ ପ୍ରତିଶତ ଅଧିକ ଲୋକଙ୍କୁ ଇସଲାମିକ୍‌ ଷ୍ଟେଟ୍‌ ଦ୍ୱାରା ହତ୍ୟା କରାଯାଇଛି।
ସେଥିମଧ୍ୟରୁ କେତେକଙ୍କର ରାଜରାସ୍ତାରେ ମୁଣ୍ଡକାଟ୍‌ କରାଯାଇଥିଲା।

ସେହିପରି କିଛି ଲୋକଙ୍କୁ ନିର୍ମମ ଭାବେ ନିର୍ଯାତନା ପରେ ରାସ୍ତା କଡ଼ରେ ପକାଇ ଦିଆଯାଇଥିଲା। ଏହା ଦ୍ୱାରା ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଦେଶରେ ମାନବାଧିକାର ସ୍ଥିତି ଦୟନୀୟ ଅବସ୍ଥାରେ ପହଞ୍ଚିଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି।

ଦୀର୍ଘ ୨୦ ବର୍ଷ ପରେ ୨୦୨୧ ଅଗଷ୍ଟରେ ତାଲିବାନ ଆଫଗାନିସ୍ତାନର ଶାସନ ଡୋର ଧରିଛି। ଗତ ୬ ମାସ ମଧ୍ୟରେ ଏସବୁ ନାଗରିକଙ୍କୁ ହତ୍ୟା କରାଯାଇଥିବା ଜାତିସଂଘ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri