୧୦ ସରକାରୀ ମେଡିକାଲ କଲେଜରେ ୪୦୦ ଶିକ୍ଷକ ପଦବୀ ଖାଲି

କଟକ ଅଫିସ,୨୩।୧୦: ରାଜ୍ୟରେ ସରକାରୀ ମେଡିକାଲ କଲେଜ ସଂଖ୍ୟା ୧୦ରେ ପହଞ୍ଚିଛି। କିନ୍ତୁ ମେଡିକାଲ ପାଠ ପଢ଼ାଇବା ନିମନ୍ତେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସରକାର ନୂତନ ନିଯୁକ୍ତି ସହ ପଦୋନ୍ନତି ମାଧ୍ୟମରେ ଖାଲିଥିବା ଶିକ୍ଷକ ପଦ ପୂରଣ ପାଇଁ ଓଡ଼ିଶା ମେଡିକାଲ କଲେଜ ଶିକ୍ଷକ ସଂଘ ଦାବି କରିଛି। ସୂଚନାନୁସାରେ, ରାଜ୍ୟର ୧୦ ସରକାରୀ ମେଡିକାଲ କଲେଜରେ ପାଠ ପଢ଼ାଇବା ନିମନ୍ତେ ପ୍ରଫେସର, ସହକାରୀ ପ୍ରଫେସର, ସହଯୋଗୀ ପ୍ରଫେସର ମିଶି ପ୍ରାୟ ୧୪୦୦ ଶିକ୍ଷକ ପଦବୀ ରହିଛି। ସେଥିମଧ୍ୟରୁ ୪୦୦ ପଦବୀ ଖାଲି ପଡ଼ିଛି। ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି) ଦ୍ୱାରା ଆଗାମୀ ଦିନରେ ୩୦୦ ପଦବୀ ପୂରଣ ହେବାର ଅଛି। ଏହାପରେ ବି ଆହୁରି ଶିକ୍ଷକ ପଦବୀ ଖାଲି ପଡ଼ିବ। ରାଜ୍ୟବାସୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇଦେବା ଏବଂ ଡାକ୍ତରୀ ପାଠ୍ୟକ୍ରମର ବିକାଶ ପାଇଁ ଓଡ଼ିଶା ମେଡିକାଲ କଲେଜ ଶିକ୍ଷକ ସଂଘ ସଂକଳ୍ପବଦ୍ଧ। ସରକାର ଓ ସଂଘ ମଧ୍ୟରେ ସମନ୍ବୟ ସ୍ଥାପନ କରାଗଲେ ସଂଘର ଅନେକ ସମସ୍ୟା ସମାଧାନ ହୋଇପାରିବ। ଏସ୍‌ସିବି ମେଡିକାଲ କଲେଜ ବିଶ୍ୱସ୍ତରୀୟ ସ୍ବାସ୍ଥ୍ୟ ଅନୁଷ୍ଠାନ ହେବାକୁ ଯାଉଛି। ସଂଘର ଏଥିପ୍ରତି ପୂର୍ଣ୍ଣ ସମର୍ଥନ ରହିଛି। ମେଡିକାଲ ଶିକ୍ଷକଙ୍କ ପକ୍ଷରୁ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯିବ। ରାଜ୍ୟରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ମେଡିକାଲ କଲେଜରେ ଅଧିକ ଶିକ୍ଷକ ରହିବାର ଆବଶ୍ୟକତା ରହିଛି। ସରକାର ଓ ସଂଘ ମଧ୍ୟରେ ଆଲୋଚନା ମାଧ୍ୟମରେ ଏହା ସମାଧାନ ହୋଇପାରିବ ବୋଲି କଟକ କ୍ଲବ ସମ୍ମିଳନୀ କକ୍ଷରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଘ ସଭାପତି ଡା. ଜୟନ୍ତ କୁମାର ପଣ୍ଡା ଓ ସାଧାରଣ ସମ୍ପାଦକ ଡା. ଦୀପକ ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଏହି ଅବସରରେ ଆଗାମୀ ୨ ବର୍ଷ ପାଇଁ ନିର୍ବାଚିତ ସଂଘର ନୂତନ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ କୋଷାଧ୍ୟକ୍ଷ ଡା. ସୌମ୍ୟରଞ୍ଜନ ନାୟକ, ସଂଘ ଜର୍ନାଲର ସମ୍ପାଦକ ଡା. ମିହିର ରଞ୍ଜନ ନାୟକ, ଡା. ସାରଦା ପ୍ରସନ୍ନ ସ୍ବାଇଁ, ମନୋରଞ୍ଜନ ଦାସ, କାଳୀପ୍ରସନ୍ନ ସ୍ବାଇଁ, ଆଶିଷ ରଞ୍ଜନ ବାରିକ, ଫକୀର ମୋହନ ଦେଷ୍ଟା, ନିର୍ମଳ ଚନ୍ଦ୍ର ସାହୁ ଓ ଡା. ସନ୍ତୋଷ କୁମାର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri