୪୦୦ ବର୍ଷ ପରେ ଡିସେମ୍ବର ୨୧ ସନ୍ଧ୍ୟାରେ ବୃହସ୍ପତି ଓ ଶନିର ମହାମିଳନ

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୧ ସନ୍ଧ୍ୟା ଆକାଶରେ ବୃହସ୍ପତି ଓ ଶନି ଗ୍ରହ ପରସ୍ପରର ଖୁବ୍‌ ନିକଟରେ ଦେଖାଯିବେ। ପ୍ରାୟ ୪୦୦ବର୍ଷ ପରେ ଏହି ମହାମିଳନ ହେବ। ତେଣୁ ଏହାଏକ ଅତ୍ୟନ୍ତ ବିରଳ ଘଟଣା ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ବୃହସ୍ପତି ଓ ଶନିର ଏପରି ମହାମିଳନ (୦.୧ଡିଗ୍ରୀରୁ କମ୍‌) ୧୬୨୩ ଜୁଲାଇ ୧୬ରେ ଦିଗ୍‌ବଳୟର ୧୩ ଡିଗ୍ରୀ ଉପରେ ଦେଖାଯାଇଥିଲା। ଯାହା ସବୁ ଜାଗାରେ ଦେଖିବା ସମ୍ଭବ ହୋଇ ନ ଥିବ। ତେଣୁ ଶେଷଥର ପାଇଁ ୧୬୨୬ ମାର୍ଚ୍ଚ ୪ରେ ଘଟିଥିବା ମହାମିଳନକୁ ଦେଖିବା ସହଜ ଥିଲା।

ବର୍ତ୍ତମାନ ଗ୍ରହ ଦୁଇଟି ସୂର୍ଯ୍ୟାସ୍ତ ପରେ ଉତ୍ତର-ପଶ୍ଚିମ ଦିଗ୍‌ବଳୟର ଅଳ୍ପ ଉପରେ ଖାଲି ଆଖିରେ ଖୁବ୍‌ ସୁନ୍ଦର ଭାବେ ଦେଖାଯାଉଛି। ଆସନ୍ତା ତିନି ସପ୍ତାହ ଧରି ପ୍ରତିଦିନ ଏହି ଦୁଇଟି ଗ୍ରହ ମଧ୍ୟରେ ଥିବା ଦୂରତା କମିବ ଓ ଖୁବ୍‌ ପାଖାପାଖି ଦେଖାଯିବେ। ଡିସେମ୍ବର ୨୧ରେ ସୂର୍ଯ୍ୟାସ୍ତର ଏକଘଣ୍ଟା ପରେ ପଶ୍ଚିମ ଦିଗବଳୟ ଉପରେ ଏକତ୍ର ଦେଖାଯିବେ। ସେମାନଙ୍କ ଭିତରେ ଦୂରତା ମାତ୍ର ୦.୧ ଡିଗ୍ରୀ ରହିବ। ଭାରତ ତଥା ଓଡ଼ିଶାର ସବୁ ସ୍ଥାନରୁ ଏହାକୁ ଖାଲି ଆଖିରେ ଦେଖିହେବ। ଛୋଟ ଦୂରବୀକ୍ଷଣରେ ଏକ ସମୟରେ ବୃହସ୍ପତି ଓ ତା’ର ୪ ଉପଗ୍ରହ ଏବଂ ଶନି ଓ ତା’ର ଏକ ଉପଗ୍ରହ ଦେଖିହେବ। ଏଭଳି ବୃହସ୍ପତି ଓ ଶନି ଆମ ଜୀବନକାଳରେ ଥରେ ଏକାଠି ହେବେ, ତେଣୁ ଏପରି ସୁଯୋଗ ହାତଛଡ଼ା କରନ୍ତୁ ନାହିଁ ବୋଲି ଡ. ପଟ୍ଟନାୟକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri