ବରଗଡ଼ରେ ୪ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୧୧ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ୫୦ଜଣ ବରଗଡ଼ ପୌରାଞ୍ଚଳର ଅଟନ୍ତି। ସେହିପରି ବରଗଡ଼ ବ୍ଲକର ୧୭, ଭଟଲି ବ୍ଲକର ୫, ଅତାବିରା ବ୍ଲକର ୪, ବରପାଲି ଏନ୍‌ଏସିର ୩ ଜଣ ଆକ୍ରାନ୍ତ ଅଛନ୍ତି। ଏହା ସହିତ ଅମ୍ବାଭୋନା, ବିଜେପୁର, ସୋହେଲା, ବରପାଲି, ଭେଡେନ୍‌, ପାଇକମାଳ ବ୍ଲକ, ପଦ୍ମପୁର, ଅତାବିରା ଏନ୍‌ଏସିର ୨ଜଣ ଲେଖାଏ, ଗାଇସିଲେଟ ବ୍ଲକରେ ଜଣେ ଏବଂ ଏଠାରେ ଚିକିତ୍ସାଧୀନ ଅନ୍ୟ ଜଣେ ଆକ୍ରାନ୍ତ ଅଛନ୍ତି। ଜିଲାର ଆକ୍ରାନ୍ତଙ୍କ ମଧ୍ୟରୁ ୨୩୩୬ ଜଣ ସୁସ୍ଥ ହୋଇ ଥିବାବେଳେ ୯ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୬୯୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧୀନ ଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri