ବଦଳିବ ୪୦୦୦ ପୋଖରୀ କଳେବର

ଢେଙ୍କାନାଳ ଅଫିସ, ୨୬।୫: ଢେଙ୍କାନାଳ ଜିଲାର ପୁରାତନ ପୋଖରୀଗୁଡ଼ିକ ମଧ୍ୟରୁ ଅଧିକାଂଶ ପରିତ୍ୟକ୍ତ ହୋଇପଡ଼ିଛି। କେଉଁଠି ପାଣି ନାହିଁ ତ ଆଉ କେଉଁଠି ପଡ଼ିଆର ଭ୍ରମ ସୃଷ୍ଟି କରୁଛି। ଜିଲାରେ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଥିବାବେଳେ ଖରାଦିନେ ଉତ୍କଟ ଜଳ ସମସ୍ୟା ସୃଷ୍ଟି ହେଉଛି। ଜଳସ୍ତର ବୃଦ୍ଧି ନିମନ୍ତେ ଜଳଶକ୍ତି ଅଭିଯାନରେ ପ୍ରାୟ ୪୦୦୦ ପୋଖରୀର ଉନ୍ନତୀକରଣ କରାଯିବା । ଏଥିସହ ଅମୃତ ସରୋବର ଯୋଜନାରେ ୭୫ଟି ଜଳାଶୟ ଖୋଳାଯିବ। ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।
ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଯୋଜନାର ସଫଳ ରୂପାୟନ ଏବଂ ଅସମ୍ପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସାରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ସମ୍ମିଳିତ ଉଦ୍ୟମ ହେଲେ ଢେଙ୍କାନାଳ ରାଜ୍ୟର ଅଗ୍ରଣୀ ଜିଲାରେ ପରିଣତ ହେବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ କହିଲେ, ‘୫-ଟି’ ବ୍ୟବସ୍ଥାରେ ଜିଲାର ୧୦୫ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଶେଷ ହୋଇଛି। ଆସନ୍ତା ଜୁନ୍‌ ୩ରେ ଏଗୁଡ଼ିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍‌ ମୋଡ୍‌ରେ ଉଦ୍‌ଘାଟନ କରିବେ। ମହିଷାପାଟସ୍ଥିତ ଆଦର୍ଶ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେବ। ଜିଲାର ସାକ୍ଷରତା ହାର ୯୦%କୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ପ୍ରତି ଶିକ୍ଷକ ଜଣେ ନିରକ୍ଷରଙ୍କୁ ସାକ୍ଷର କରିବାରେ ସହଯୋଗ କରୁଛନ୍ତି। ଅଙ୍ଗନୱାଡି କର୍ମୀ ଶିଶୁଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ବତନ୍ତ୍ର ଯତ୍ନ ନେଉଛନ୍ତି। ଶିଶୁ, କିଶୋରୀ, କିଶୋରଙ୍କ ବିକାଶ ଲାଗି ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି ବୋଲି ସେ ସୂଚନା ଦେଇଛନ୍ତି। ଗ୍ରାମାଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ଲାଗି ପ୍ରତି ପଞ୍ଚାୟତରେ ଗୋଟିଏ ଆଦର୍ଶ ପୋଖରୀ, ଚଉଡ଼ା ରାସ୍ତା, ରୁରାଲ ପାର୍କ ନିର୍ମାଣ କରାଯାଉଛି ବୋଲି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟିଆ ହେଲ୍‌ପ ଡେସ୍କ କାମ କରୁଛି। ଏହାର ଟୋଲ୍‌ ଫ୍ରି ନମ୍ବର ୧୦୪ ରଖାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ ଏଠାରୁ ଆବଶ୍ୟକ ସହାୟତା ପାଇପାରିବେ ବୋଲି ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ କହିଛନ୍ତି। ଜନପ୍ରତିନିଧିଙ୍କ ବୈଷୟିକ ଜ୍ଞାନ ବୃଦ୍ଧି ଲାଗି ବ୍ଲକ କାର୍ଯ୍ୟାଳୟରେ କମ୍ପ୍ୟୁଟର ପ୍ରଶିକ୍ଷଣ ଦିଆଯିବ। ହିନ୍ଦୋଳ ବ୍ଲକ ବାବନ୍ଧରେ ଥିବା ରାଜ୍ୟର ଏକମାତ୍ର ସରକାରୀ ଗୋଶାଳା ବ୍ୟବସ୍ଥିତ କରାଯିବାକୁ ଯୋଜନା ରହିଛି। ଏହି ଅବସରରେ ଆବାସ ଯୋଜନାର ଅଗ୍ରଗତି, ବିଭିନ୍ନ ପ୍ରକଳ୍ପ ନିର୍ମାଣ କରାଯାଇ ରୋଜଗାର ବୃଦ୍ଧି, ଅଧିକ ଶ୍ରମ ଦିବସ ସୃଷ୍ଟି, ଏସ୍‌ଏଚ୍‌ଜିକୁ କ୍ରିୟାଶୀଳ କରାଇବା, ଘରେ କମ୍ପୋଷ୍ଟ ପିଟ୍‌ ତିଆରି କରିବା ଆଦି ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ଉପାଧ୍ୟକ୍ଷା ବିଳାସିନୀ ସେଠୀ, ଜିଲା ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର କୁମାର ବେହେରା, ସମସ୍ତ ବ୍ଲକର ବିଡିଓଙ୍କ ସମେତ ଶିକ୍ଷା, ସ୍ବାସ୍ଥ୍ୟ ବିଭାଗର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri